Home ଓଡ଼ିଶା ମାର୍ଚ୍ଚ ୫ରେ ମୁଖ୍ୟମନ୍ତ୍ରୀ ଙ୍କ ବରଗଡ଼ ଗସ୍ତ : ବିଜେଡି ର ପ୍ରସ୍ତୁତି ବୈଠକ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୨୮ ଫେବୃଆରୀ ମଙ୍ଗଳବାର (ଓଡ଼ିଶା ତାଜାନ୍ୟୁଜ ) ବରଗଡ :- ଆସନ୍ତା ମାର୍ଚ୍ଚ ୫ ତାରିଖ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବରଗଡ଼ର ସ୍ଥାନୀୟ ପ୍ରେମିଶିଳା ମଣ୍ଡପରେ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ପୂର୍ବତନ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ ସମ୍ବନ୍ଧରେ ସୂଚନା ଦେଇ ସୋହେଲା ହଲଦୀ ପାଲି ଠାରୁ କଲାହାଣ୍ଡି ଜିଲ୍ଲା ର ଆମପାଣି ପର୍ଯ୍ୟନ୍ତ ୪ ଶହ କିମି ବିଜୁ ଏକ୍ସପ୍ରେସ ପ୍ରକ୍ପଳର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଟୁରିଷ୍ଟ ସେଡ୍, ଘେଁସ ସ୍ଥିତ କୁଞ୍ଜେଲ ସିଂ ପାର୍କର ଉଦଘାଟନ କରିବେ ବୋଲି ଉଲ୍ଲେଖ କରିଥିଲେ । ବୈଠକରେ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ, ଭଟଲି ବିଧାୟକ ସୁଶାନ୍ତ ସିଂ, ଅତାବିରା ବିଧାୟିକା ତଥା ରାଜ୍ୟ ମହିଳା ବିଜେଡି ର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପ୍ରକଳ୍ପର ଚୂଡାନ୍ତ ରୂପରେଖ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରିଥିବା ବେଳେ କିଶୋର ଦେବତା ଓ ବରିଷ୍ଠ ବିଜେଡି ନେତା ବିମଳ ଦେବତା ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ ପାଇଁ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଏହି ପ୍ରସ୍ତୁତି ବୈଠକରେ ଶତାଧିକ ବିଜେଡି କର୍ମୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲା ସୋହେଲା ସମେତ ନୂଆପଡା, ଜୁନାଗଡ଼, ଆମ୍ବପାଣି ଆଦି ୪ଟି ସ୍ଥାନରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବାର ବିଜେଡି ନେତୃମଣ୍ଡଳୀ ସୂଚନା ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ର, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଉପାଧ୍ୟକ୍ଷ ରାଜେଶ ଅଗ୍ରୱାଲ, ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡାଙ୍କ ସମେତ ସମସ୍ତ ସରପଞ୍ଚ, ଜିଲ୍ଲା ପରିଷଦ ଓ ପୌର ପରିଷଦର କାଉନସିଲରବୃନ୍ଦ ଉପସ୍ଥିତ ଥିଲେ । ପରିଶେଷରେ ବରଗଡ଼ ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, ବରଗଡ଼, ହୋମ୍ Related Content ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ by Proprietor Abhimanyu Maharana September 18, 2026 ମା "ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ by Proprietor Abhimanyu Maharana September 18, 2026 ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି 'ଜେ' ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି by Proprietor Abhimanyu Maharana September 18, 2026 "ମୋ ପରିବାର" ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ by Proprietor Abhimanyu Maharana September 17, 2026 ଅମ୍ବାନୀ ପରିବାର ଗଣେଶ ପୂଜାରେ ଯୋଗଦେଲେ ଅଚ୍ୟୁତ ସାମନ୍ତ by Proprietor Abhimanyu Maharana September 17, 2026 ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ by Proprietor Abhimanyu Maharana September 17, 2026