Home ଓଡ଼ିଶା ବାଲିଗୁଡ଼ା ଥାନା ଅଞ୍ଚଳରେ ପୁଣି ଚୋରି : ତାଲା ଭାଙ୍ଗି ଦୃର୍ବୁତ୍ତ ଲୁଟି ନେଲେ ସୁନା ଅଳଙ୍କାର by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୦୧ ମାର୍ଚ୍ଚ ,ବୁଧବାର (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି । ଗତ ରାତିରେ ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ୨ ନଂ ଓ୍ବାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଜାମପଦା ସାହିର ଆର୍ମି ଜେସିଓ ଚନ୍ଦ୍ର ପ୍ରକାଶ ପ୍ରଧାନଙ୍କ ଘରେ କେହି ନଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ତାଙ୍କ ଘରର ମୁଖ୍ୟ ଓ ଭିତର ଫାଟକ ତାଲା ଭାଙ୍ଗି ଘରେ ପଶି ଆଲମିରା ଭାଙ୍ଗି ସେଥିରେ ଥିବା ପ୍ରାୟ ଚାରି ଲକ୍ଷରୁ ଉର୍ଦ୍ଧ ଟଙ୍କା ମୁଲ୍ୟର ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି । ବୁଧବାର ସମ୍ପୃକ୍ତ ଆର୍ମି ଅଫିସରଙ୍କ ଭାଇ ଘର ନିକଟକୁ ଆସିବା ପରେ ଘରର ତାଲା ଭଙ୍ଗାଯାଇଥିବା ସହ ଆଲମିରା ଭଙ୍ଗା ଯାଇଥିବା ଦେଖି ବାଲିଗୁଡ଼ା ଥାନା ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ପୋଲିସ୍ ପହଁଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ଗତ ୨୩ ତାରିଖରେ ବାଲିଗୁଡ଼ା ସୁନାପାଙ୍ଗା ସାହିର ସ୍ବପ୍ନେଶ୍ବର ସାହୁଙ୍କ ଘରୁ ମଧ୍ୟ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଥିଲା । ଘଟଣାର ସପ୍ତାହେ ନପୁରୁଣୁ ପୁଣି ଗତକାଲି ରାତିରେ ଆଉ ଏକ ଲୁଟ୍ ହୋଇଥିବା ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ଗୋଟିଏ ପଟେ ଦିନକୁ ଦିନ ବାଲିଗୁଡ଼ା ଅଞ୍ଚଳରେ ଚୋରି, ଡକାୟତି ଘଟଣା ବୃଦ୍ଧି ପାଉଥିବା ବେଳେ ପୂର୍ବରୁ ଜଣକୁ ଗିରଫ କରିଥିବା ବେଳେ ଗତକାଲି ଏକ ଡକାୟତି ଗ୍ୟାଙ୍ଗର ଆଉ ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଅନ୍ୟପଟେ ଏହି ସବୁ ଘଟଣାରେ ଆଉ କେଉଁ ଗ୍ୟାଙ୍ଗର ସମ୍ପୃକ୍ତି ରହିଛି ତାହା ପୋଲିସ୍ ପାଇଁ ମୁଣ୍ଡ ବିନ୍ଧାର କାରଣ ହୋଇଛି । ସମସ୍ତ ଘଟଣାକୁ ନେଇ ଡକାୟତି ଗ୍ୟାଙ୍ଗକୁ ଧରିବା ଓ ଘଟଣାର ପର୍ଦ୍ଦାଫାଶ କରିବା ପୋଲିସ୍ ପାଇଁ ଏବେ ବଡ଼ ଚ୍ୟାଲେଞ୍ଜ୍ ସୃଷ୍ଟି କରିଛି l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content Taneira reimagines ‘Solah Shringaar’ for the modern Indian woman with its new Diwali campaign by Proprietor Abhimanyu Maharana October 7, 2026 VeDakshata : Creating Pathways to Livelihood for Rural Youth by Proprietor Abhimanyu Maharana October 7, 2026 ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି by Proprietor Abhimanyu Maharana October 7, 2026 ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ - ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ by Proprietor Abhimanyu Maharana October 7, 2026 Silver Gandhi demands regularisation of Contractual Teachers - Submitted Memorandum to CM by Proprietor Abhimanyu Maharana October 7, 2026 ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି by Proprietor Abhimanyu Maharana October 7, 2026