Home ଓଡ଼ିଶା ଗଜପତି ଜିଲ୍ଲାରେ ଚାଷୀଙ୍କ ଧାନ ସଂଗ୍ରହ ହେଉ ନଥିବାରୁ ଜିଲ୍ଲା ପ୍ରଶାସନ ର ଦ୍ୱାରସ୍ଥ ହେଲେ ଚାଷୀ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୦୨ ମାର୍ଚ୍ଚ, ଗୁରୁବାର (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା କୃଷକ ସଂଘ ସଭାପତି ସୂର୍ଯ୍ୟ ନାରାୟଣ ପଟ୍ଟନାୟକଙ୍କ ନେତୃତ୍ବରେ ଚାଷୀ ହାତରେ ଟୋକନ୍ ଧରି ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି । ନିଜ ଉତ୍ପାଦିତ ଧାନ କିପରି ବିକ୍ରି କରିବେ ସେ ନେଇ ଚିନ୍ତାରେ ଚାଷୀ ! ଚାଷୀଙ୍କ ହାତରେ ଟୋକେନ୍ ଅଛି କିନ୍ତୁ ସୋସାଇଟି କିମ୍ବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଧାନ କ୍ରୟ କରୁ ନାହାଁନ୍ତି । ପ୍ରକାଶ ଥାଉକି ଚଳିତ ବର୍ଷ ଗଜପତି ଜିଲ୍ଲାରେ 6 ଲକ୍ଷ 30 ହଜାର ମେଟ୍ରିକ ଟନ ଧାନ କ୍ରୟ କରିବା ସକାଶେ ଲକ୍ଷ୍ୟ ଧାର୍ଯ୍ୟ ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ 5 ଲକ୍ଷ 50 ହଜାର ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି । ଇତି ମଧ୍ୟରେ 1200 ରୁ ଅଧିକ ଚାଷି ଟୋକେନ୍ ପାଇଛନ୍ତି । ଆହୁରି 80 ହଜାର ମେଟ୍ରିକ ଟନ ଧାନ କିଣିବାର ଆବଶ୍ୟକତା ରହିଛି ବୋଲି କୃଷକ ସଭାପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଚାଷି ନିଜର ସମସ୍ୟା ସମ୍ପର୍କରେ ଅବଗତ କରାଇବା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପାଟିତୁଣ୍ଡ କରିଥିଲେ ଓ ଅସନ୍ତୋଷ ପ୍ରକାଶ କରିଥିଲେ । ପରିଶେଷରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଓ ଯୋଗାଣ ଅଧିକାରୀ ଓ ଚାଷୀଙ୍କ ଏକ ପ୍ରତିନିଧିଙ୍କ ଦଳ ସହ ଆଲୋଚନା ପରେ ଚାଷି ଶାନ୍ତ ହୋଇଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା by Proprietor Abhimanyu Maharana October 14, 2026 ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି by Proprietor Abhimanyu Maharana October 14, 2026 ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ by Proprietor Abhimanyu Maharana October 14, 2026 ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ by Proprietor Abhimanyu Maharana October 13, 2026 ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି ! by Proprietor Abhimanyu Maharana October 13, 2026 କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା by Proprietor Abhimanyu Maharana October 13, 2026