Home ଓଡ଼ିଶା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୦୭ ମାର୍ଚ୍ଚ ମଙ୍ଗଳବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମଣ୍ଡି :- ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବାମଦେବ ସିଂ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ ରାଣୀପେଣ୍ଠ, ବାଘାସଲା,ସିଧାମାଡଙ୍ଗ,କେରାଣ୍ଡି ଓ କତଲକଇଠା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୮୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୦ , ୧୯ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା by Proprietor Abhimanyu Maharana October 14, 2026 ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି by Proprietor Abhimanyu Maharana October 14, 2026 ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ by Proprietor Abhimanyu Maharana October 14, 2026 ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ by Proprietor Abhimanyu Maharana October 13, 2026 ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି ! by Proprietor Abhimanyu Maharana October 13, 2026 କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା by Proprietor Abhimanyu Maharana October 13, 2026