୧୦ ମାର୍ଚ୍ଚ ଶୁକ୍ରବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ଼ :- ନୟାଗଡ଼ ମହାବିଦ୍ୟାଳୟର, ସଂସ୍କୃତ ବିଭାଗର ଛାତ୍ରୀ ତଥା NCC ଜୁନିଅର୍ ଅଣ୍ଡର ଅଫିସର ଦିପ୍ତିମୟୀ ଡାକୁଆ ସାଧାରଣତନ୍ତ୍ର ଦିବସ ଶିବିର(2023), ନୂଆଦିଲ୍ଲୀରେ ସଫଳତାପୂର୍ବକ ଭାଗନେଇ ଜିଲ୍ଲା ତଥା ରଜ୍ୟପାଇଁ ଗୌରବ ଆଣିଥିବାରୁ ଆଜି ନୟାଗଡ଼ ଜିଲ୍ଲପାଳ ଶ୍ରୀ ରବୀନ୍ଦ୍ରନାଥ ସାହୁ (ଭ. ପ୍ର. ସେ.) ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।
ଦିପ୍ତି ନୟାଗଡ଼, ବାଲୁଗାଁର ଶ୍ରୀ କୃଷ୍ଣଚନ୍ଦ୍ର ଡାକୁଆ ଓ ଶ୍ରୀମତୀ ଟୁନୀ ଡାକୁଆଙ୍କ ଝିଅ । ଏହି ଅବସରରେ ସେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ସୁରେଶ କୁମାର ପ୍ରଧାନ, 1(O) girls’ BN, NCC, Bhubaneswar ର କମାଣ୍ଡିଂ ଅଫିସର ଲେଫ୍ଟନାଣ୍ଟ କର୍ଣ୍ଣଲ୍ ବିକାଶ ମଣ୍ଡଳ, ଆଡାମ୍ ଅଫିସର୍ ମେଜର ସୀମା ଜୈଶ୍ୱାଲ୍ , ଏ.ଏନ୍.ଓ ଲେଫ୍ଟନାଣ୍ଟ ବିନ୍ଦୁଲତା ଷଣ୍ଢ, ବାପା, ମା ଏବଂ ବାଟାଲିୟନର ପ୍ରଶିକ୍ଷକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

