Home ଓଡ଼ିଶା ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କୁ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଭେଟି ୧୦ ମାର୍ଚ୍ଚ ଶୁକ୍ରବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାଉରକେଲା :- ଶୁକ୍ରବାର ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ରାଉରକେଲା ସହରର ବିର୍ସା ଛକ ଠାରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥଲେଟିକ୍ ଷ୍ଟାଡିୟମ୍ ସମେତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଳେକ୍ସ ଏବଂ ବହୁତଳ କାର ପାର୍କିଂ ସୁବିଧାର ଉଦଘାଟନ କରିଛନ୍ତି । ୧୫୭. ୨୧ କୋଟି ଟଙ୍କା ମୂଲ୍ୟରେ ୧୦ ଏକର ଜମିରେ ଏହି ଷ୍ଟାଡିୟମ୍ ସମେତ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ନିର୍ମିତ ହୋଇଛି ।ପ୍ରାୟ ୧୦ହଜାର ଦର୍ଶକ ଏକକାଳୀନ ଏଠାରେ ବସି ଖେଳ ଉପଭୋଗ କରିପାରିବେ । ଏଠାରେ ଫୁଟବଲ ସମେତ ଡ୍ରାଗ୍ ଆଣ୍ଡ ଫିଲ୍ଡ ବିଭାଗର ସମସ୍ତ ପ୍ରତିଯୋଗିତା ଅନୁଷ୍ଠିତ ହୋଇପାରିବ । ଏଥିସହିତ ଏଠାରେ ନିର୍ମିତ ସୁଇମିଂ ପୁଲରେ ସନ୍ତରଣ ନେଇ ପ୍ରଶିକ୍ଷଣ ଦିଆଯିବା ସହ ରାଜ୍ୟ ତଥା ଜାତୀୟସ୍ତରୀୟ ପ୍ରତିଯୋଗିତା ମଧ୍ୟ ଆୟୋଜିତ ହେବ । ଏହା ସହିତ ୨ମହଲା ବିଶିଷ୍ଟ ମଲ୍ଟି ଲେବଲ୍ କାର ପାର୍କିଂ ବ୍ୟବସ୍ଥା ମଧ୍ୟ ରହିଛି । ଆଜିର ଏହି ଷ୍ଟାଡିୟମ୍ର ଉଦ୍ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାବାସୀଙ୍କ ପାଇଁ ଏହି ଷ୍ଟାଡିୟମ ଉତ୍ସର୍ଗୀକୃତ କରିବା ସହ ଉପସ୍ଥିତ ହଜାର ହଜାର ଜନସଧାରଣଙ୍କୁ ଷ୍ଟାଡିୟମର ଉଦ୍ଘାଟନ ନେଇ ଆପଣମାନେ ଖୁସି ତୋ ପଚାରିଥିଲେ । ପ୍ରତିତ୍ତ୍ୟୁରରେ ଲୋକମାନେ ବହୁତ ଖୁସି ଥିବା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଲୋକଙ୍କ ଖୁସିରେ ସେ ଖୁସି ଥିବା କହିଥିଲେ ।ଅନ୍ୟପକ୍ଷରେ ସୁନ୍ଦରଗଡ଼ ଜିଲ୍ଲାର ସ୍ବାସ୍ଥ୍ୟ, ଶିକ୍ଷା, ରାସ୍ତା ଘାଟ, ପରିମଳ, କୃଷି ଏବଂ ପର୍ଯ୍ୟଟନ ଇତ୍ୟାଦିର ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଯେପରିକି ୫୩.୫୩ କୋଟି ଟଙ୍କାର ପାନପୋଷଠାରେ ବଜାର ଗୃହ ନିର୍ମାଣ, ୧୧.୭୭ କୋଟି ଟଙ୍କାର ଆସ୍ଥା ଗୃହ (ମାନସିକ ରୋଗଗ୍ରସ୍ତ ମହିଳାଙ୍କ ପାଇଁ), ୨୩୨ କୋଟି ଟଙ୍କାର ୫ଗୋଟି ଉଚ୍ଚ କ୍ଷମତା ସମ୍ପନ୍ନ ଉଠା ଜଳ ସେଚନ ପ୍ରକଳ୍ପ, ଟାଙ୍ଗରପାଲ୍ଲୀ ବ୍ଳକ୍ର ଉଜ୍ଜଳପୁର ଠାରେ ୨.୫୫ କୋଟି ଟଙ୍କା ମୂଲ୍ୟର ମାର୍କେଟ ୟାର୍ଡ ଓ ଗୋଦାମ ଗୃହ,୩୩.୯୦ କୋଟି ଟଙ୍କାର ୧୪ ଗୋଟି ଅନୁସୂଚିତ ଜାତି ଓ ଜନଜାତି / ପଛୁଆ ବର୍ଗଙ୍କ ନିମନ୍ତେ ଛାତ୍ରାବାସ, ୨୩୭.୨୦ କୋଟି ଟଙ୍କାର ୬୬ ଗୋଟି ରାସ୍ତା ପ୍ରକଳ୍ପ, ୧୧.୫୦ କୋଟି ଟଙ୍କାର ୨୭୩ ଗୋଟି ପଞ୍ଚାୟତସ୍ତରୀୟ ବର୍ଜ୍ୟବସ୍ତୁ ପୃଥକୀକରଣ ଓ ଗୋଟିଏ କଠିନ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର, ସରଫଗଡ଼ ଠାରେ ୭୫ ଲକ୍ଷ ଟଙ୍କାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀର ଉନ୍ନତିକରଣ, ୬.୪୭ କୋଟି ଟଙ୍କାରେ ନିର୍ମିତ ୨୩ ଗୋଟି ଅଙ୍ଗନଓ୍ବାଡି କେନ୍ଦ୍ର, ୬୩.୨୯ କୋଟି ଟଙ୍କାରେ ନିର୍ମିତ ୪୭ ଗୋଟି ଗୋଷ୍ଠୀ ସଭା ଗୃହ, ୨୫.୩୭ କୋଟି ଟଙ୍କାରେ ନିର୍ମିତ ୮୫ ଗୋଟି ବିଦ୍ୟାଳୟ ଗୃହ, ୧.୩୪ କୋଟି ଟଙ୍କାରେ ନିର୍ମିତ ୩ଟି ଗୋଷ୍ଠୀ ଉପ ସ୍ବାସ୍ଥ୍ୟ କେନ୍ଦ୍ରର ଉଦ୍ଘାଟନ କରିଥିଲେ । ଏହା ସହିତ ୬୬.୯୩ କୋଟି ଟଙ୍କାର ବ୍ୟାୟରେ ନିର୍ମିତ ହେବାକୁ ଥିବା ୨୩ ଗୋଟି ରାସ୍ତା, କଲଭର୍ଟ ଏବଂ ଗୃହ ନିର୍ମାଣ କାର୍ଯ୍ୟ , ୮.୭୯ କୋଟି ଟଙ୍କାରେ ହେବାକୁ ଥିବା ୨୯ ଗୋଟି ଗୋଷ୍ଠୀ ସଭା ଗୃହ, ୩୫.୨୬ କୋଟି ଟଙ୍କା ମୂଲ୍ୟରେ ହେବାକୁ ଥିବା ୭୩ ଗୋଟି ସ୍ବାସ୍ଥ୍ୟ ସମ୍ପର୍କିତ ପ୍ରକଳ୍ପ, ୧୬.୧୦ କୋଟି ଟଙ୍କାରେ ଲାଇଙ୍ଗ ଠାରେ ହେବାକୁ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳର ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।ଏହି ଉଦ୍ଘାଟନ କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ତଥା ଜିଲ୍ଲା ଯୋଜନ ବୋର୍ଡ ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ ତରାଇ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ, କ୍ରୀଡ଼ା ଏବଂ ଯୁବ ସେବା ସଚିବ ଆର. ଭିନିଲ୍ କ୍ରିଷ୍ଣା, ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡ. ଶୁଭଙ୍କର ମହାପାତ୍ର, ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ କର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ ମହାଜନ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, କ୍ରୀଡ଼ା, ଖେଳ, ଝାରସୁଗୁଡା, ମହାନଗର, ହୋମ୍ Related Content ସିଂହଦ୍ୱାରରେ ଦେବୀସଭା ବିଦାୟ ନେଲେ ଗୋସାଣୀ by Proprietor Abhimanyu Maharana October 23, 2026 ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ by Proprietor Abhimanyu Maharana October 23, 2026 କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ by Proprietor Abhimanyu Maharana October 23, 2026 ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ by Proprietor Abhimanyu Maharana October 23, 2026 ସ୍ୱତନ୍ତ୍ର ଅଭିଯାନ ୬.୦ ଅଧୀନରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ପକ୍ଷରୁ ‘ରେଳ ଜନ ସମ୍ବାଦ’ ଆୟୋଜିତ by Proprietor Abhimanyu Maharana October 23, 2026 ମୁକୁଳା ଡ୍ରେନ୍ ମରାମତି ସହିତ ସ୍ଲାବକଭର କାର୍ଯ୍ୟରେ ବ୍ୟତିକ୍ରମ କୁ ତଦାରଖ କରିବା ପାଇଁ ଦାବି by Proprietor Abhimanyu Maharana October 22, 2026