୧୭ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅଗ୍ରପୂଜ୍ୟ ଗଣେଶ ଏବଂ ବିଦ୍ୟାଦାତ୍ରୀ ମା ସରସ୍ବତୀଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ସକାଳୁ ଠାକୁରଙ୍କ ରିତିକାନ୍ତି ଅନୁଯାୟୀ ହୋମ ,ଯଜ୍ଞ,ପୂଜାପାଠ କରାଯାଇଥିଲା । 
ଉକ୍ତ କାର୍ଯ୍ୟକ୍ରମ ରେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ବିଡ଼ିଓ ପ୍ରମୋଦ କୁମାର ନାୟକ,୧୭ ନଂ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା, ନୂଆଗାଁ ସରପଞ୍ଚ ଙ୍କ ପ୍ରତିନିଧି ପଦ୍ମ ଲୋଚନ ପରିଡ଼ା, ପୂର୍ବତନ କଲେଜ୍ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ ଙ୍କ ସମେତ ଅଞ୍ଚଳର ମାନ୍ୟ ଗଣ ବ୍ୟକ୍ତି ଉପସ୍ଥିତ ଥିଲେ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ସନ୍ତୋଷ କୁମାର ସାହୁ ଙ୍କ ତତ୍ତ୍ଵାବଧାନରେ ଏହି ଉତ୍ସବ ସମାପନ ହୋଇଥିବା ବେଳେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀ ସହଯୋଗ କରିଥିଲେ । ବିଗ୍ରହ ପ୍ରତିଷ୍ଠା ଉତ୍ସବ ରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ସାହ ଓ ଉଦ୍ଦୀପନା ଦେଖିବାକୁ ମିଳିଥିଲା ।

