Home ଓଡ଼ିଶା ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଜିଲ୍ଲା କମିଟି ତରଫରୁ ଜିଲ୍ଲାପାଳ ଙ୍କୁ ଦାବୀପତ୍ର ପ୍ରଦାନ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୧୭ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଓଡ଼ିଶାସରକାରୀଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଜିଲ୍ଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ସମାନ କାମକୁ ସମାନ ଦରମା ଏବଂ ଆଉଟସୋର୍ସିଙ୍ଗ ବ୍ୟବସ୍ଥା ଉଚ୍ଛେଦ,ସ୍ଥାୟୀ ନିଯୁକ୍ତି ଦାବିରେ ଗଜପତି ଜିଲ୍ଲାରେ ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ଆଉଟ ସୋର୍ସିଙ୍ଗ କର୍ମଚାରୀ ମାନେ ଗଜପତି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ରାଜ୍ୟ ସରକାର ଅକ୍ଟୋବର ୧୫ ତାରିଖରେ ୫୭ ହଜାର ଠିକା କର୍ମଚାରୀଙ୍କୁ ରେଗୁଲାର କରି ସପୂର୍ଣ୍ଣ ଠିକା ବ୍ୟବସ୍ଥାକୁ ଉଚ୍ଛେଦ କରି ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଥିଲେ । କିନ୍ତୁ ଓଡ଼ିଶାରେ ଥିବା ଲକ୍ଷାଧିକ ଆଉଟ ସୋର୍ସିଙ୍ଗ କର୍ମଚାରୀ ମାନେ ସରକାରଙ୍କ ସମସ୍ତ ଅଫିସ, ଶିକ୍ଷାନୁଷ୍ଠାନମାନଙ୍କରେ ଦୀର୍ଘବର୍ଷ ହେବ ମାସିକ ସ୍ୱଳ୍ପ ଦରମାରେ କାର୍ଯ୍ୟ କରି ଆସୁଛନ୍ତି । ଜଣେ ରେଗୁଲାର କର୍ମଚାରୀ ସମାନ କାର୍ଯ୍ୟ ତଥା ସମୟ ଦେଇ ମାସିକ ୫୦ରୁ ୬୦ ହଜାର ଟଙ୍କା ବେତନ ପାଉ ଥିବାବେଳେ ଆଉଟ ସୋର୍ସିଙ୍ଗ କର୍ମଚାରୀମାନେ ମାସକୁ ୭ରୁ ୮ ହଜାର ଟଙ୍କା ପାରିଶ୍ରମିକ ପାଉଛନ୍ତି। ଯାହାକି ଏକ ସମ୍ବେଦନଶୀଳ ପ୍ରସଙ୍ଗ । ଏପରିକି ବର୍ଷ ବର୍ଷ ଧରି କାର୍ଯ୍ୟକରୁଥିବା ଏହିକର୍ମଚାରୀମାନଙ୍କୁ ଅଧିକାରୀ ଚାହିଁଲେ ଅତିସାଧାରଣଭାବରେ ଚାକିରିରୁ ବହିଷ୍କାର କରିଦେଉଛନ୍ତି। ତେଣୁ ସରକାର ଆଉଟସୋର୍ସିଙ୍ଗ ପ୍ରଥା ସପୂର୍ଣ୍ଣ ଉଚ୍ଛେଦ, ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବାକୁ ଏକ ୧୧ ଦଫାସମ୍ବଳିତଦାବିପତ୍ରପ୍ରଦାନକରିଛନ୍ତିଏହି ଦାବୀ ପତ୍ର ପ୍ରଦାନ ବେଳେ ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଜିଲ୍ଲା କମିଟି ସଭାପତି ରାଜୀବ କୁମାର ପାଢୀ ସମ୍ପାଦକ ପ୍ରମୋଦ କୁମର ପଟ୍ଟନାୟକଙ୍କ ସହ ବହୁ କର୍ମଚାରୀ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ,ରାଜ୍ୟରେ ବିଭିନ୍ନ ବିଭାଗରେ ସ୍ୱଳ୍ପ ଦରମାରେ କାର୍ଯ୍ୟରତ ଆଉଟସୋର୍ସିଙ୍ଗ କର୍ମଚାରୀ ମାନେ ଗତ ନଭେମ୍ବର ୨୬ ରେ ରାଜ୍ୟ ସ୍ତରୀୟ ଆନ୍ଦୋଳନ ମାଧ୍ୟମ ରେ ନିଜର ବହୁଦିନର ସ୍ଥାୟୀ ନିଯୁକ୍ତି ଦାବୀ କୁ ନେଇ ସରକାରଙ୍କ ଦୃଷ୍ଟି କୁ ଆଣିଥିଲେ ମଧ୍ୟ ରାଜ୍ୟ ସରକାର କେବଳ ପ୍ରତିଶୃତି ଦେଇ ଏ ପର୍ଯ୍ୟନ୍ତ ଦାବିକୁ ପୂରଣ ନ କରି ଦିନ ଗଡ଼ାଇ ଚାଲିଛନ୍ତି I ଏନେଇ ଗଜପତି ଜିଲ୍ଲା କମିଟି ତରଫରୁ ଜିଲ୍ଲାପାଳଙ୍କୁ ଭେଟି ବିଭିନ୍ନ ବିଭାଗର କର୍ମଚାରୀ ମାନେ ଦାବିପତ୍ର ପ୍ରଦାନ କରିଛନ୍ତି I Categories: ଓଡ଼ିଶା, ଗଜପତି, ହୋମ୍ Related Content ପରମାନନ୍ଦ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ପ୍ରୀତମ ରଞ୍ଜନ ସ୍ୱାଇଁଙ୍କୁ ନେଇ ଚର୍ଚ୍ଚା by Proprietor Abhimanyu Maharana October 14, 2026 ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୬ ଅନୁଷ୍ଠିତ ହୋଇଛି by Proprietor Abhimanyu Maharana October 14, 2026 ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ by Proprietor Abhimanyu Maharana October 14, 2026 ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ by Proprietor Abhimanyu Maharana October 13, 2026 ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି ! by Proprietor Abhimanyu Maharana October 13, 2026 କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା by Proprietor Abhimanyu Maharana October 13, 2026