୪ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଅମର ଶହୀଦ ରଘ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ ଉପଲକ୍ଷେ ଆଜି ସକାଳେ ଭୁବନେଶ୍ୱର ୟୁନିଟ୍-୯ସ୍ଥିତ ଶହୀଦ ରଘୁ – ଦିବାକରଙ୍କ ପ୍ରତିମୂର୍ତ୍ତିରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ରଣପୁର ବିଧାୟକ ଶ୍ରୀ ସତ୍ୟନାରାୟଣ ପ୍ରଧାନ, 
ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ଶହୀଦ ରଘୁ-ଦିବାକର ସ୍ମ;ୃତି କମିଟିର କର୍ମକର୍ତ୍ତା ଓ ସଦସ୍ୟବୃନ୍ଦଙ୍କ ସମେତ ବହୁ ବୁଦ୍ଧିଜୀବୀ ଶହୀଦ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
