Home ଓଡ଼ିଶା ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ସମସ୍ତଙ୍କ ସହଯୋଗରେ ଉତ୍ସବକୁ ଆକର୍ଷଣୀୟ କରିବାକୁ ଉନ୍ନୟନ କମିଶନରଙ୍କ ଗୁରୁତ୍ୱ ୫ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଭୁବନେଶ୍ୱର :- ଆଗାମୀ ଅପ୍ରେଲ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଏକ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ୧୯୪୮ ମସିହା ଅପ୍ରେଲ୍ ୧୩ ତାରିଖରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଭୁବନେଶ୍ୱରରେ ରାଜଧାନୀ ପ୍ରତିଷ୍ଠାର ଶିଳାନ୍ୟାସ କରିଥିଲେ । ଚଳିତ ବର୍ଷ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠାର ପ୍ଲାଟିନମ୍ ଜୟନ୍ତୀ ପାଳନ କରାଯାଉଥିବାରୁ ଏହି ଉତ୍ସବକୁ ସରସ ସୁନ୍ଦର, ଆନନ୍ଦ ଉଲ୍ଲାସ ଏବଂ ଅଧିକ ଆକର୍ଷଣୀୟ ସହକାରେ ପାଳନ କରିବାକୁ ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଏହି ବୈଠକରେ ସୂଚନା ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ପୁଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଭୁବନେଶ୍ୱର ମହାନଗର ନିଗମ କମିଶନର ଶ୍ରୀ ବିଜୟ ଅମୃତା କୁଲାଙ୍ଗେ,ବିଡିଏ ଉପାଧକ୍ଷ ଶ୍ରୀ ବଲୱନ୍ତ ସିଂ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସ, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ କେ. ସୂଦର୍ଶନ ଚକ୍ରବର୍ତ୍ତୀ, ବି.ଏମ୍.ସି. ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୂର ବିକାଶ, ଭୁବନେଶ୍ୱର ଡିସିପି ଶ୍ରୀ ପ୍ରତୀକ ସିଂ, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଫୁଲ୍ଲ କୁମାର ସ୍ୱାଇଁ, ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡାଙ୍କ ସମେତ ରାଜ୍ୟ ସ୍ୱରାଷ୍ଟ୍ର, ଗୃହ ଓ ନଗର ଉନ୍ନୟନ, ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ବାଣିଜ୍ୟ ଓ ପରିବହନ, ପୂର୍ତ୍ତ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଓ୍ୱାଟକୋ ଆଦି ସଂପୃକ୍ତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ତ୍ତୃପକ୍ଷ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ଶ୍ରୀ ପ୍ରଦୋଷ ପଟ୍ଟନାୟକ, ଉପସଭାପତି ଶ୍ରୀ ପ୍ରଦ୍ୟୁମ୍ନ କୁମାର ମହାନ୍ତି ଏବଂ ସାଧାରଣ ସଂପାଦକ ଶ୍ରୀ ସନତ ମିଶ୍ର ପ୍ରମୁଖ ଯୋଗଦେଇ ଉତ୍ସବ ଆୟୋଜନ ସଂପର୍କରେ ମତ ରଖିଥିଲେ ।ଭୁବନେଶ୍ୱର ମହାନଗର ନିଗମ କମିଶନର ଶ୍ରୀ ବିଜୟ ଅମୃତା କୁଲାଙ୍ଗେ ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ବି.ଏମ୍.ସି ତରଫରୁ କରାଯାଇଥିବା ବ୍ୟାପକ ପ୍ରସ୍ତୁତି ସମ୍ପର୍କରେ ପାୱାରପଏଣ୍ଟ ଉପସ୍ଥାପନା ମାଧ୍ୟମରେ ସବିଶେଷ ତଥ୍ୟ ରଖିଥିଲେ । ତିନି ଦିନ ଧରି ଆୟୋଜିତ ଏହି ଉତ୍ସବରେ ଅପ୍ରେଲ୍ ୧୩ ତାରିଖ ସକାଳେ ବିଧାନସଭା ସୌଧ ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକରେ ପୁଷ୍ପଗୁଚ୍ଛ ଅର୍ପଣ, ଉତ୍ସବକୁ ଅତିଥିମାନଙ୍କୁ ନିମନ୍ତ୍ରଣ, ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବିଶିଷ୍ଟ ବ୍ୟକ୍ତିଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ, ବିଦ୍ୟାଳୟର ଛାତ୍ର-ଛାତ୍ରୀମାନଙ୍କ ଦ୍ୱାରା ପ୍ୟାରେଡ ପରିବେଷଣ, ଉତ୍ସବ ଅବସରରେ ଏକ କଫିଟେବୁଲ ପୁସ୍ତକ ପ୍ରକାଶନ ସଂପର୍କରେ ବୈଠକରେ ଆଲୋଚନା କରାଯାଇଛି । ସେହିପରି ଅପ୍ରେଲ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଉତ୍କଳ ମଣ୍ଡପ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ପରିପ୍ରେକ୍ଷୀରେ ବି.ଏମ୍.ସିର ପ୍ରତ୍ୟେକ ୱାର୍ଡ଼ସ୍ତରରେ ମଧ୍ୟ ଉତ୍ସବ ପାଳନ କରାଯିବ । ୱାର୍ଡ ସଫେଇ ଠାରୁ ଆରମ୍ଭ କରି ନୃତ୍ୟ, ସଙ୍ଗୀତ, ରଙ୍ଗୋଲୀ, ଚିତ୍ରାଙ୍କନ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ବିଭିନ୍ନ ଓ୍ୱାର୍ଡରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କୁ ପୁରସ୍କୃତ କରାଯିବ । ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍ଘାଟନ କରାଯିବ । ରାଜଧାନୀ ପ୍ରତିଷ୍ଠା ଶିଳାନ୍ୟାସ ଫଳକ ଏବଂ ଏହାର ପରିସରକୁ ପରିଷ୍କାର ପରିଚ୍ଛନ୍ନ ଓ ସୌନ୍ଦର୍ଯ୍ୟକରଣ କରାଯିବ । କେଶରୀ ଟକିଜ୍, ଏଜି ଛକ ଏବଂ ମାଷ୍ଟରକ୍ୟାଣ୍ଟିନ୍ ଛକରେ ୩ଟି ସୁଦୃଶ୍ୟ ସ୍ୱାଗତ ତୋରଣ ଲଗାଯିବ । ଉତ୍ସବ ସ୍ଥଳରେ ଅତିଥି ମାନଙ୍କର ବସିବା ପାଇଁ ବ୍ୟାପକ ବ୍ୟବସ୍ଥା, ଗାଲିଚା ବିଛେଇ ଓ ବ୍ୟାରିକେଡିଂ ବ୍ୟବସ୍ଥା, ଉତ୍ସବସ୍ଥଳ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର କୋଠାବାଡ଼ି ଆଲୋକୀକରଣ, ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟ କୋଠା ଏବଂ ଜୟଦେବ ଭବନ ଠାରେ ଭୁବନେଶ୍ୱରର ଏୗତିହ୍ୟ, ବର୍ତ୍ତମାନ ଏବଂ ସଫଳତାକୁ ନେଇ ପ୍ରଦର୍ଶନୀ ଆୟୋଜନ, ରକ୍ତଦାନ ଶିବିର, ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ଅଗ୍ନିଶମ ସେବା ଓ, ଆମ୍ବୁଲାନ୍ସ ସେବା ବ୍ୟବସ୍ଥା, ଉତ୍ସବ ଏବଂ ପରେଡ୍ରେ ଅଂଶଗ୍ରହଣ କରୁଥିବା ଛାତ୍ର-ଛାତ୍ରୀଙ୍କ ନିମନ୍ତେ ଯାତାୟତ ପାଇଁ ବସ୍, ଟ୍ରାଫିକ୍ ନିୟନ୍ତ୍ରଣ, ପାନୀୟଜଳ, ସହରରେ ଥିବା ପ୍ରମୁଖ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯିବା ସହ ସମସ୍ତ କାର୍ଯ୍ୟକ୍ରମକୁ ଗଣମାଧ୍ୟମରେ ବ୍ୟାପକ ପ୍ରଚାର ପ୍ରସାରକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଏହି ଅବସରରେ ଭୁବନେଶ୍ୱର ମହାନଗର ନିଗମ ତରଫରୁ ଅପ୍ରେଲ୧୪ ତାରିଖରେ ମାରାଥନ୍ ଏବଂ ୧୫ ତାରିଖରେ ସାଇକ୍ଲୋଥର୍ମ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସଂପର୍କରେ ବି.ଏମ୍.ସି କମିଶନର ଶ୍ରୀ କୁଲାଙ୍ଗେ ବୈଠକରେ ସୂଚନା ଦେଇଥିଲେ । Categories: ଓଡ଼ିଶା, ଦେଶ, ମହାନଗର, ହୋମ୍ Related Content ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ ଅସୁସ୍ଥ : ଏକ ସପ୍ତାହ ପାଇଁ ବିଶ୍ରାମ ନେବାକୁ ପରାମର୍ଶ by Proprietor Abhimanyu Maharana September 26, 2026 କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ by Proprietor Abhimanyu Maharana September 26, 2026 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ by Proprietor Abhimanyu Maharana September 26, 2026 ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି by Proprietor Abhimanyu Maharana September 26, 2026 ଭଲମଣିଷଙ୍କ ମୁଣ୍ଡ ଉପରୁ ଛତା ଭଙ୍ଗିଗଲା by Proprietor Abhimanyu Maharana September 26, 2026 ପ୍ରତ୍ୟେକ ପରିବାର ସହ ସମବାୟ ସମ୍ବନ୍ଧ ଯୋଡିବାକୁ ସାଂସଦ ଙ୍କ ପରାମର୍ଶ by Proprietor Abhimanyu Maharana September 26, 2026