୬ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଦଣ୍ଡପଦର ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ “ନାଦବ୍ରହ୍ମ” ପାଳିତ ହୋଇଯାଇଛି । ବିଦ୍ୟାଳୟର ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ପ୍ରଥମେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ସମସ୍ତ ଅତିଥି ଙ୍କୁ ଚନ୍ଦନ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଶିକ୍ଷକ ଚିନ୍ତମଣି ରଣା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ସଭା କୁ ଆମନ୍ତ୍ରଣ କରିଥିଲେ । ପ୍ରଥମେ ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯିବା ସହ ପ୍ରଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ବିଦ୍ୟାଳୟ ର ଅଧ୍ୟକ୍ଷ ଜୀତେନ୍ଦ୍ର କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିବା ସହ ବିଦ୍ୟାଳୟ ର ସୁବିଧା ଓ ଅସୁବିଧା ସମ୍ପର୍କ ରେ ଆଲୋକ ପାତ କରିଥିଲେ ।
ଏହି ଉତ୍ସବ ରେ ବାଲିଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ବିଦ୍ୟାଳୟ ର ଉପାଧ୍ୟକ୍ଷ ଶଶାଙ୍କ ଶେଖର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଇଂରାଜୀ ଢାଞ୍ଚା ରେ ପିଲାଙ୍କ ପାଇଁ ଗଠିତ ହୋଇଥିବା ଆଦର୍ଶ ବିଦ୍ୟାଳୟ ର ଲକ୍ଷ୍ୟ ସଂପର୍କ ରେ କହିବା ସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏ ଭଳି ଏକ କାରଖାନା ହେବା ଆବଶ୍ୟକ ଯାହା ସମାଜରେ ଗୋଟିଏ ଗୋଟିଏ ପ୍ରତିଭାବାନ ଛାତ୍ର ଛାତ୍ରୀ ଗଠନ ସହ ଆଦର୍ଶ ବ୍ୟକ୍ତି ଗଢିତୋଳିବା ରେ ସହାୟକ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ । ଏହା ସହ ମୁଖ୍ୟବକ୍ତା ଭାବେ ପୂର୍ବତନ ମହାବିଦ୍ୟାଳୟ ଅଧ୍ୟକ୍ଷ ମଧୁସୂଦନ ମହାପାତ୍ର, ସମ୍ମାନୀତ ଅତିଥି ଭାବେ ବ୍ରହ୍ମଗିରି ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଯଶୋବନ୍ତ ନାରାୟଣ ବେହେରା, ଜଗନ୍ନାଥପ୍ରାସାଦ ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଦଣ୍ଡପାଣି ପ୍ରଧାନ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ର ପୂର୍ବ ଅନୁଭୂତି ବର୍ଣ୍ଣନା କରିବା ସହ ଅଭିଭାବକ, ଛାତ୍ର ଛାତ୍ରୀ ଓ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମଧ୍ୟରେ ସୁସମ୍ପର୍କ ରହିଲେ ଏକ ସୁନ୍ଦର ଅନୁଷ୍ଠାନ ସୃଷ୍ଟି ହୋଇପାରିବ ବୋଲି ମତପ୍ରକାଶ ପାଇଥିଲା ।

