୭ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍.କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି. ତିରୁପତି ରାଓ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଜିଲ୍ଲା ସଦର ମହକୁମା ସମେତ ପାରଳାଖେମୁଣ୍ଡି ପୌରପରିଷଦ ,ରାଣୀପେଣ୍ଠ , 
ପାଟିକୋଟା ଓ କେରାଣ୍ଡି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ -୧୪୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୨୩ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୭ , ୬୯ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ତିନି ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୭୦୦୦/- ଟଙ୍କା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ବ୍ୟାଙ୍କ ଲୋନ୍,ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

