୯ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ବର :- ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ମାଇଲ ଖୁଣ୍ଟ ଭାବେ ରାଜ୍ୟ ସରକାର ନିର୍ମାଣ କରିଥିବା ଭବାନୀପାଟଣା ସ୍ଥିତ ସରକାରୀ ମେଡିକାଲ କଲେଜକୁ ଜାତୀୟ ଭେଷଜ ବିଜ୍ଞାନ ପରିଷଦ ( ଏନ୍. ଏମ୍. ସି) ଅନୁମୋଦନ ଦେଇଛନ୍ତି ।
ଏ ବିଷୟରେ ସୂଚନା ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ କହିଛନ୍ତି ଯେ, ମୁଖ୍ୟ ମନ୍ତ୍ରୀଙ୍କର ଦୂରଦର୍ଶୀ ନେତୃତ୍ବ ଯୋଗୁ କଳାହାଣ୍ଡିରେ ମେଡିକାଲ କଲେଜ ସ୍ଥାପନ ସମ୍ଭବ ହେଲା। ଏହି ଅନୁଷ୍ଠାନ ରାଜ୍ୟବାସୀଙ୍କର ଦୀର୍ଘଦିନର ଆଶା ଓ ଆକାଂକ୍ଷା ପୂରଣ କରିବ। ୨୦୨୩-୨୪ ଶିକ୍ଷାବର୍ଷଠାରୁ ୧୦୦ ଏମ୍. ବି. ବି. ଏସ୍. ସିଟ୍ ପାଇଁ ଏହି ଅନୁମୋଦନ ମିଳିଛି।.
