Home ଓଡ଼ିଶା ପୁଣି ସଫଳ ହେଲେ ଜିତେନ୍ଦ୍ର ପଟ୍ଟନାୟକ : ‘ ମିଶନ ଶକ୍ତି’-ଡକ୍ୟୁ ଫିଲ୍ମକୁ ‘ଅନ୍ତଃରାଷ୍ଟ୍ରୀୟ ପ୍ରଶଂସା’ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp – ଜାତିସଂଘ ଦ୍ୱାରା ଆମେରିକାରେ ‘ସି ଫୁଡ ଏଲାଏନ୍ସ’ ଶୀର୍ଷକ ବିଶ୍ୱସ୍ତରୀୟ ସମ୍ମିଳନୀରେ ମହିଳା ସଶକ୍ତିକରଣ ଉପରେ କ୍ଷୁଦ୍ର ଡକ୍ୟୁ ଫିଲ୍ମ ପ୍ରଦର୍ଶିତ – ମିଶନ ଶକ୍ତି-ଡକ୍ୟୁ ଫିଲ୍ମ ପାଇଁ ଓଡ଼ିଶାକୁ ସମ୍ମାନିତ – 3.22 ମିନିଟର ‘ମିଶନ ଶକ୍ତି’ ଶୀର୍ଷକ କ୍ଷୁଦ୍ର ଡକ୍ୟୁ ଫିଲ୍ମ ପ୍ରଦର୍ଶିତ ୯ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଦିଲ୍ଲୀ,ଭୁବନେଶ୍ୱର :- ପୁଣି ଥରେ ସଫଳ ହୋଇଛନ୍ତି ବାଲେଶ୍ୱର ଜିଲ୍ଲା ନୀଳଗିରିର ସୁଯୋଗ୍ୟ ସନ୍ତାନ ତଥା ବିଶିଷ୍ଟ ଆଦିବାସୀ ଗବେଷକ, ସାମ୍ବାଦିକ ଓ ପ୍ରାମାଣିକ ଚଳଚିତ୍ର ନିର୍ମାତା ଜିତେନ୍ଦ୍ର ପଟ୍ଟନାୟକ I ତାଙ୍କ ଦ୍ୱାରା ନିର୍ମିତ ଓ ନିର୍ଦେଶିତ ‘ଡକ୍ୟୁ ଫିଲ୍ମ’- ‘ମିଶନ ଶକ୍ତି’କୁ ‘ଅନ୍ତଃରାଷ୍ଟ୍ରୀୟ ପ୍ରଶଂସା (INTERNATIONAL APPRECIATION) ମିଳିଛି I ଜାତିସଂଘ ଦ୍ୱାରା ଆମେରିକାରେ ସିଆଟେଲ ଠାରେ ଅନୁଷ୍ଠିତ ‘ସି ଫୁଡ ଏଲାଏନ୍ସ’ ଶୀର୍ଷକ ବିଶ୍ୱସ୍ତରୀୟ ସମ୍ମିଳନୀରେ ଭାରତ ସମେତ ବିଭିନ୍ନ ଦେଶରୁ ମହିଳା ସଶକ୍ତିକରଣ ଉପରେ ଶତାଧିକ କ୍ଷୁଦ୍ର ଡକ୍ୟୁ ଫିଲ୍ମ ପ୍ରଦର୍ଶିତ ହୋଇଥିଲା I ସମ୍ମିଳନୀରେ ଓଡ଼ିଶା ଅଂଶ ଗ୍ରହଣ କରିବା ସହ 3.22 ମିନିଟର ‘ମିଶନ ଶକ୍ତି’ ଶୀର୍ଷକ କ୍ଷୁଦ୍ର ଡକ୍ୟୁ ଫିଲ୍ମ ପ୍ରଦର୍ଶିତ ହୋଇଥିଲା I ଏହାକୁ ମିଶନ ଶକ୍ତି ବିଭାଗ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଦ୍ୱାରା ପ୍ରସ୍ତୁତ ହୋଇଥିଲା Iଓଡ଼ିଶାରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ(SHG) କେମିତି ପଞ୍ଚାୟତ ପୋଖରୀରେ ମାଛ ଚାଷ କରି ସଫଳତା ପାଇଛନ୍ତି ତାହା ଉକ୍ତ ଡକ୍ୟୁ ଫିଲ୍ମରେ ନିଚ୍ଛକ ଭାବେ ପ୍ରଦର୍ଶିତ ହୋଇଥିବା ଦେଖି ଉପସ୍ଥିତ ବିଚାରକ ମଣ୍ଡଳୀ ଓ ବିଶ୍ୱସ୍ତରୀୟ ବିଶେଷଜ୍ଞମାନେ ଆଶ୍ଚର୍ଯ୍ୟ ହେବା ସହ ଅଭିଭୂତ ହୋଇଥିଲେ I ସେଥିପାଇଁ ଜାତିସଂଘ ପକ୍ଷରୁ ମିଶନ ଶକ୍ତି-ଡକ୍ୟୁ ଫିଲ୍ମ ପାଇଁ ଓଡ଼ିଶାକୁ ସମ୍ମାନିତ କରାଯାଥିଲା I ଏନେଇ ପ୍ରଶଂସା ପତ୍ର ଓ ଉପଢୌକନକୁ ପ୍ରଦାନ କରାଯାଇଛି I ଆମେରିକା ଗସ୍ତରେ ଥିବା ଓଡ଼ିଶା ସରକାରଙ୍କ ପ୍ରତିନିଧି ତଥା ମତ୍ସ୍ୟ ବିଭାଗର ବରିଷ୍ଠ ପ୍ରଶାସନିକ ଅଧିକାରୀ ତାହାକୁ ଗ୍ରହଣ କରିଥିଲେ I ଏହାର ନିର୍ମାଣ ସହ ନିର୍ଦେଶନା ଜିତେନ୍ଦ୍ର ପଟ୍ଟନାୟକ ଦେଇଥିବାରୁ ରାଜ୍ୟ ସରକାରଙ୍କ ସମ୍ପୃକ୍ତ ବିଭାଗ ପକ୍ଷରୁ ଚିଠି ଦେଇ ସାଧୁବାଦ ଦିଆଯାଇଛି I ତେବେ ଉକ୍ତ କ୍ଷୁଦ୍ର ପ୍ରମାଣିକ ଚଳଚିତ୍ରରେ ସାବିତ୍ରୀ ଫିଲ୍ମର ପ୍ରଯୋଜକ ଜିତେନ୍ଦ୍ର ପଟ୍ଟନାୟକଙ୍କ ବ୍ୟତୀତ ଅନ୍ୟ ଯେଉଁମାନେ ପ୍ରମୁଖ ଭୂମିକା ଗ୍ରହଣ ସେମାନେ ହେଉଛନ୍ତି ଅନିତ୍ୟ ମହାନ୍ତି, ମାନସ ରଞ୍ଜନ ପାତ୍ର, ନିଲୁ ଓ ପତିତ I ସେମାନଙ୍କ ଅବଦାନ କିଛି କମ ନ ଥିଲା I ରାଜ୍ୟ ସରକାରଙ୍କ ପକ୍ଷରୁ ଢେର ପ୍ରଶଂସା କରାଯାଇଛି I ଆଗକୁ ଏଭଳି କଳାତ୍ମକ କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦିଆଯାଇଛି I Categories: ଓଡ଼ିଶା, ମହାନଗର, ହୋମ୍ Related Content ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି by Proprietor Abhimanyu Maharana July 1, 2026 ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍ଘାଟିତ by Proprietor Abhimanyu Maharana July 1, 2026 ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ by Proprietor Abhimanyu Maharana July 1, 2026 ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ by Proprietor Abhimanyu Maharana July 1, 2026 ୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ by Proprietor Abhimanyu Maharana July 1, 2026 ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ by Proprietor Abhimanyu Maharana July 1, 2026