କାର – ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ୍ୟୁ

୧୧ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଶିଆଳିଲଟି ସ୍କୁଲ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି । ଏକ କାର୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବାଫଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ୍ ଆରୋହୀ ଜଣଙ୍କ ହେଲେ ଗାଲିମେରା ଗାଁର ବସନ୍ତ ବିର ।

ଆଜି ସକାଳେ ବସନ୍ତ ନିଜ ବାଇକ୍‌ରେ ଘରୁ ବାହାରି କୌଣସି କାମରେ ଅନ୍ତରବା ଯାଉଥିଲେ । ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ଏକ କାର୍‌ ସହ ତାଙ୍କ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ବସନ୍ତଙ୍କର ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ପରେ କାର୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ପୁଅର ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

Exit mobile version