Home ଓଡ଼ିଶା ବାଲୁଗାଁ ଏସଡିପିଓ ଭାବେ କାର୍ଯ୍ୟରେ ଯୋଗ ଦେଲେ ଓପିଏସ ଅଧିକାରୀ – ଶୁଭ୍ରାଂଶୁ ଶେଖର ମିଶ୍ର by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୧୧ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଲୁଗାଁ :- ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପୋଲିସ ସବ ଡିଭିଜନରେ ନୂତନ ଏସଡିପିଓ ଭାବେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି ଓପିଏସ ଅଧିକାରୀ ଶୁଭ୍ରାଂଶୁ ଶେଖର ମିଶ୍ର । ଏହା ପୂର୍ବରୁ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏସଡିପିଓ ଭାବେ ଶ୍ରୀ ମିଶ୍ର କାର୍ଯ୍ୟରତ ଥିଲେ । ଭଞ୍ଜନଗର ପୋଲିସ ସବ ଡିଭିଜନରେ ତିନି ବର୍ଷରୁ ଊର୍ଦ୍ଧ୍ଵ ସମୟ କାର୍ଯ୍ୟକାଳରେ ଶ୍ରୀ ମିଶ୍ର ଅନେକ ଜନହିତକର କାର୍ଯ୍ୟ କରି ପ୍ରଶଂସାର ପାତ୍ର ପାଲଟିଥିଲେ । ତତସହିତ ଭଞ୍ଜନଗର ପୋଲିସ ଉପଖଣ୍ଡରେ ଆଇନ ଶୃଙ୍ଖଳା ରକ୍ଷା କରିବା କ୍ଷେତ୍ରରେ ଶ୍ରୀ ମିଶ୍ରଙ୍କର ଉଲ୍ଲେଖନୀୟ ଅବଦାନ ରହିଛି । କାର୍ଯ୍ୟରେ ଯୋଗଦେବା ପରେ ବହୁ ପୋଲିସ ଅଧିକାରୀମାନେ ଶ୍ରୀ ମିଶ୍ରଙ୍କୁ ଭେଟି ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ । ତେବେ ବାଲୁଗାଁ ପୋଲିସ ଉପଖଣ୍ଡରେ ଅପରାଧିକ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା, ଆଇନ ଶୃଙ୍ଖଳା ରକ୍ଷା କରିବା ସହ ବାଣପୁର ଓ ବାଲୁଗାଁ ସହରରେ ଟ୍ରାଫିକ ବ୍ୟବସ୍ଥାକୁ ସୁଧାରିବା ପ୍ରାଥମିକତା ରହିବ ବୋଲି ଆମ ପ୍ରତିନିଧିଙ୍କୁ ନୂତନ ଏସଡିପିଓ ଶ୍ରୀ ମିଶ୍ର ସୂଚନା ଦେଇଛନ୍ତି । ସୂଚନା ଥାଉକି ବାଲୁଗାଁ ପୂର୍ବତନ ଏସଡିପିଓ ମାନସ ରଞ୍ଜନ ବାରିକଙ୍କ ତାଳଚେର ଏସଡିପିଓ ଭାବେ ନିକଟରେ ବଦଳି ହେବା ପରେ ଉକ୍ତ ପଦବୀ ଖାଲି ପଡିଥିଲା । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026