Home ଅପରାଧ ଗଞ୍ଜେଇ ଭର୍ତ୍ତି ଟ୍ରକ୍ ସହ ସହଯୋଗୀ କାର୍ ଜବତ : ତିନି ଜଣ ଗଞ୍ଜେଇ ମାଫିଆ ଗିରଫ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୧୧ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା ।ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ୧୭୫କେଜି ୬୦୦ ଗ୍ରାମ ଓଜନର ବେଆଇନ୍ ଗଞ୍ଜେଇ ସହ ଗୋଟିଏ ଟ୍ରକ୍ ଓ ଗୋଟିଏ କାର୍ କୁ ଜବତ କରିଛି ବାଲିଗୁଡ଼ା ପୋଲିସ୍ । ଘଟଣାରେ ସଂପୃକ୍ତ ତିନିଜଣ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍ । ସୂଚନା ପ୍ରକାରେ ବାଲିଗୁଡ଼ା ଥାନା ପୋଲିସ୍ ପାଟ୍ରୋଲିଂ କରୁଥିବା ବେଳେ ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଥିବା ଖବର ପାଇବା ପରେ ପେଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିଲା । ଗଞ୍ଜେଇ ଭର୍ତ୍ତି ଟ୍ରକ୍ ନଂ.ଜେଏଚ-୦୯-ବିବି- ୭୨୮୧ ଟି ଦୃତ ଗତିରେ ଯାଉଥିବା ବେଳେ ମହାସିଙ୍ଗି ଗାଁ ନିକଟସ୍ଥ ଖଡ଼ଗ ନଦୀ ନିକଟରେ ଟ୍ରକ ଟିକୁ କାବୁ କରିଥିବା ବେଳେ ସହଯୋଗୀ ଫର୍ଡ ଆଇକନ୍ କାର ନଂ. ଓଆର -୦୧-ଆର-୨୬୬୨ କୁ ମଧ୍ୟ କାବୁ କରିବାରେ ସକ୍ଷମ ହୋଇଥିଲା ପୋଲିସ୍ । ସେଥିରୁ ୧୭୫ କେଜି ୬୦୦ ଗ୍ରାମ ବେଆଇନ୍ ଗଞ୍ଜେଇ ଜବତ କରିବା ସହ ତିନିଜଣ ମାଫିଆଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଜବତ ଗଞ୍ଜେଇ ବାଲିଗୁଡ଼ା ଥାନା ଅଞ୍ଚଳରୁ ବାହାର ରାଜ୍ୟକୁ ଚୋରା ହେଉଥିବା ବେଳେ ଗିରଫ ତିନି ଜଣଙ୍କ ମଧ୍ୟରୁ ଦୁଇଜଣ ହେଲେ ଝାଡ଼ଖଣ୍ଡ ର ତେତୁଲମାରି ଅଞ୍ଚଳର ଉମେଶ ସିଂ ଓ ପ୍ରତାପ ସିଂ ହୋଇଥିବା ବେଳେ ଅନ୍ୟ ଜଣେ ରାଇକିଆ ଅଞ୍ଚଳର ଇସାକ୍ ନାୟକ ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୯ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଉଛି । ଏନେଇ ବାଲିଗୁଡ଼ା ଥାନା କେଶ୍ ନଂ.୯୬/୨୦୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବିଷୟ ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫ୍ ପ୍ରକାଶ କରିଛନ୍ତି । Categories: ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026