Home ଓଡ଼ିଶା ହାତ ଛାଡ଼ି ଶଙ୍ଖ ଫୁଙ୍କିଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ଗୋଁଡ଼ ସମାଜର ୬୦ରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା ବିଜେଡିରେ ସାମିଲ ଦଳକୁ ସ୍ୱାଗତ କଲେ ସାଂସଦ ମାନସ ମଙ୍ଗରାଜ ୨୧ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡିକୁ ଛୁଟିଛି ସମର୍ଥନର ସୁଅ। ନିର୍ବାଚନ ଘୋଷଣା ହେବା ପରଠାରୁ ଝାରସୁଗୁଡ଼ାରେ ବିଭିନ୍ନ ଦଳର କର୍ମୀ ଓ କର୍ମକର୍ତ୍ତା ନିୟମିତ ବ୍ୟବଧାନରେ ବିଜେଡିରେ ଯୋଗ ଦେଉଛନ୍ତି। ଏହି କ୍ରମରେ ଶୁକ୍ରବାର ଝାରସୁଗୁଡ଼ା ଜିଲ୍ଲା ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ଗୋଁଡ଼ ସମାଜର ୬୦ରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା ଓ ଗତ ୨୦୧୯ ନିର୍ବାଚନରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ମହେନ୍ଦ୍ର ନାୟକ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେଡି କାର୍ଯ୍ୟଳୟରେ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଁଡ଼ ମହାସଭାର ରାଜ୍ୟ ସଭାପତି ମହେନ୍ଦ୍ର ନାୟକ, ଝାରସୁଗୁଡ଼ା ଜିଲ୍ଲା ସମ୍ମିଳିତ ଆଦିବାସୀ ସମାଜ ସଭାପତି ମାଧବ ସିଂହ ନାୟକ ବିଧିବଦ୍ଧ ଭାବରେ ବିଜେଡିରେ ଯୋଗ ଦେଇଛନ୍ତି। ଅନୁରୂପ ଭାବରେ ଗୋଁଡ଼ ମହାସଭା କୋଲାବିରା ବ୍ଲକ ସଭାପତି ରୁଦ୍ରପ୍ରତାପ ସିଂହ, ରାଜ୍ୟ ମହିଳା ସଂଯୋଜକ ଦମୟନ୍ତୀ ମହାପାତ୍ର, ବଲାଙ୍ଗୀର ଜିଲ୍ଲା ସଭାପତି ଶ୍ୟାମସୁନ୍ଦର ଭୋଇ, ଅନୁଗୋଳ ଜିଲ୍ଲା ସଭାପତି ସଦାଶିବ ନାୟକ, ଝାରସୁଗୁଡ଼ା ଜିଲ୍ଲା ସମ୍ମିଳିତ ଆଦିବାସୀ ସମାଜ ପରାମର୍ଶଦାତା ସଦାଶିବ ନାୟକ, ସାଧାରଣ ସମ୍ପାଦକ ଅଶୋକ ମାଝି, ଉପସଭାପତି ବୀର ଧୁରୁଆ, ବରଗଡ଼ ଜିଲ୍ଲା ଗୋଁଡ଼ ସମାଜ ସମ୍ପାଦକ ଧନେଶ୍ୱର ସିଂହଙ୍କ ସହ ୬୦ରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା ବିଜେଡିରେ ଯୋଗ ଦେଇଛନ୍ତି। ସାଂସଦ ଶ୍ରୀ ମଙ୍ଗରାଜ ଏହି ନେତାମାନଙ୍କୁ ବିଜେଡି ଓ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଦଳକୁ ସ୍ୱାଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଯେଉଁ ବିକାଶ ଓ ରୂପାନ୍ତରଣର ଧାରା ଆରମ୍ଭ କରିଛନ୍ତି ସେଥିପ୍ରତି ଆକୃଷ୍ଟ ହୋଇ ବିଭିନ୍ନ ଦଳର କର୍ମୀ ଓ କର୍ମକର୍ତ୍ତାମାନେ ଯୋଗ ଦେଉଛନ୍ତି। ବିଜୁ ଜନତା ଦଳରେ ସମସ୍ତଙ୍କ ପାଇଁ କାର୍ଯ୍ୟ କରିବାର ସୁଯୋଗ ରହିଛି। ତେଣୁ ଯେଉଁମାନେ ବାସ୍ତବରେ ରାଜ୍ୟର ବିକାଶ ପ୍ରକ୍ରିୟାରେ ନିଜକୁ ସାମିଲ କରିବାକୁ ଚାହୁଁଛନ୍ତି, ସେମାନଙ୍କୁ ଦଳ ସର୍ବଦା ସ୍ୱାଗତ କରି ଆସିଛି ବୋଲି ଶ୍ରୀ ମଙ୍ଗରାଜ କହିଛନ୍ତି। ଅନ୍ୟପକ୍ଷରେ ବିଜେଡିରେ ଯୋଗ ଦେଇଥିବା ମହେନ୍ଦ୍ର ନାୟକ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଝାରସୁଗୁଡ଼ା ସହ ସାରା ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କର ଯୋଗଦାନ ଅବିସ୍ମରଣୀୟ। ଆଦିବାସୀ ସମାଜ ମୁଖ୍ୟମନ୍ତ୍ରୀଙ୍କ ଉପରେ ବିଶ୍ୱାସ କରିଛି ଓ ସେମାନଙ୍କ ବର୍ଗ ନିମନ୍ତେ ମୁଖ୍ୟମନ୍ତ୍ରୀ ଯେପରି ନିଷ୍ଠାପର ଭାବରେ କାର୍ଯ୍ୟ କରିଛନ୍ତି ସେଥିପାଇଁ ସାରା ଆଦିବାସୀ ସମାଜ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞ ବୋଲି ଉଲ୍ଲେଖ କରି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିଜୟ ନିମନ୍ତେ ସେମାନେ କାର୍ଯ୍ୟ କରିବେ ବୋଲି କହିଛନ୍ତି ମହେନ୍ଦ୍ର। ସେହିପରି ଝାରସୁଗୁଡ଼ା ଜିଲ୍ଲା ସମ୍ମିଳିତ ଆଦିବାସୀ ସମାଜ ସଭାପତି ମାଧବ ସିଂହ ନାୟକ ମଧ୍ୟ ବିଜେଡିରେ ଯୋଗ ଦେଇ ସେମାନେ ସାଧାରଣ ଲୋକଙ୍କ ନିମନ୍ତେ କାର୍ଯ୍ୟ କରିବାର ସୁଯୋଗ ପାଇଛନ୍ତି ବୋଲି କହିଛନ୍ତି। ଏହି ମିଶ୍ରଣ ପର୍ବରେ ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ତଥା ବିଜେଡି ନେତା ମହେନ୍ଦ୍ର ବଢ଼େଇ, ଦଳର ମୁଖପାତ୍ର ସଞ୍ଜୟ ବାବୁ, ସମ୍ପାଦକ ତଥା ଦେବଗଡ଼ ଜିଲ୍ଲା ପର୍ୟ୍ୟବେକ୍ଷକ ଅମରେଶ ଜେନା ଓ ଅନ୍ୟମାନେ ଉପସ୍ଥିତ ଥିଲେ । Categories: ଓଡ଼ିଶା, ମହାନଗର, ହୋମ୍ Related Content ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ by Proprietor Abhimanyu Maharana July 1, 2026 ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ by Proprietor Abhimanyu Maharana July 1, 2026 ୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ by Proprietor Abhimanyu Maharana July 1, 2026 ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ by Proprietor Abhimanyu Maharana July 1, 2026 ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ by Proprietor Abhimanyu Maharana July 1, 2026 କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ by Proprietor Abhimanyu Maharana July 1, 2026