Home ଓଡ଼ିଶା ଜିଲ୍ଲା ସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୨ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୨୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡ :- ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର,ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ବାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିନାରାୟଣଦେବଙ୍କ ୧୩୨ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରରେ ପାଳିତ ହୋଇଯାଇଛି | ସକାଳରେ ମହାଦେଈ ସୁଶ୍ରୀ କଲ୍ୟାଣୀ ଗଜପତି, ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଗଜପତି ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାରୀୟମ୍ ରଇତ, ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ଆଲୋକ କୁମାର ପ୍ରଧାନ, ପୌରପରିଷଦ ଉପାଧ୍ୟକ୍ଷା ଶ୍ରୀ ଲେଙ୍କା ମଧୁ , ସମେତ ସହରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ, ବରିଷ୍ଟ ନାଗରିକ ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତି ବିଶଷଙ୍କ ଦ୍ଵାରା ବଜାର ଛକ ସ୍ଥିତ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଓ ଶୋଭାଯାତ୍ରା କରାଯାଇଛି ଏବଂ ମହାରାଜାଙ୍କ ସ୍ମୃତି ସୌଧପୀଠରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ ସମୟରେ ବିରବାଦ୍ୟ ଓ ପାଇକ ଆଖଡ଼ା ଦୋଳ କଳା ପ୍ରଦର୍ଶନ ଦେଖାଇ ସହର ପରିକ୍ରମା କରଯାଇଥିଲା।ପରେ ପରେ ସ୍ଥାନୀୟ ଟାଉନ୍ ହଲ୍ ପାରଳାଖେମୁଣ୍ଡି ଠାରେ ସାଧାରଣ ସଭା ହୋଇଥିଲା ଏହି କାର୍ଯ୍ୟକ୍ରରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥିଭାବେ ମହାଦେଈ ସୁଶ୍ରୀ କଲ୍ୟାଣୀ ଗଜପତି, ଯୋଗଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବରେ ଉପାନ୍ତ ପ୍ରହରୀ ପୁର୍ଣ୍ଣ ଚନ୍ଦ୍ର ମହାପାତ୍ର ଯୋଗ ଦେଇ ଭାଷା ଭିତ୍ତିରେ ଓଡିଶା ପ୍ରଦେଶ ଗଠନ କରିବାରେ ମହାରାଜା ଅନ୍ୟତମ ,ମହାରାଜା ଅଞ୍ଚଳ ପାଇଁ ବିକାଶର, ଉନ୍ନତି, ନିରପେକ୍ଷ ଭାବେ ରାଜ୍ୟ ଶାସନ ଏବଂ ସମସ୍ତଙ୍କୁ ନେଇ ବିକାଶ କରିବା ତାଙ୍କର ମୂଳମନ୍ତ୍ର ଥିଲା ଓ ଓଡ଼ିଆ ଜାତିକୁ ସର୍ବାଗ୍ରେ ପହଞ୍ଚାଇବା ସହ ଲୋକଙ୍କ ମଧ୍ୟରେ ଜନଜାଗରଣ ସୃଷ୍ଟି କରିବାରେ ମହାରାଜାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ | ପାରଳା ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଗଜପତି ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାରୀୟମ ରଇତ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ପ୍ରମୁଖ ଯୋଗ ଦେଇଥିଲେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେପାରଳାଖେମୁଣ୍ଡି ସହରର ମହା ବିଦ୍ୟାଳୟ ସ୍ତରରେ ଓଡ଼ିଆ ବକ୍ତୃତା ଓଦେଶାତ୍ମକବୋଧ ସଙ୍ଗୀତ ପ୍ରତିଯୋଗିତା ହୋଇଥିଲାକୃତିପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା | ପରେ ପରେ ବିଭିନ୍ନ କଳାକାର ଅନୁଷ୍ଠାନର କଳାକାର ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ସଭା ପରିଚାଳନା କରିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ସମସ୍ତ କାର୍ଯ୍ଯକୁ ସହଯୋଗ କରିଥିବା ବେଳେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ବରିଷ୍ଟ ନାଗରିକ, ବୁଦ୍ଧିଜୀବି ସମସ୍ତ ସାମ୍ବାଦିକ ବନ୍ଧୁଗଣ ଓ ଜନସାଧରଣ ଉପସ୍ଥିତ ଥିଲେ। Categories: ଓଡ଼ିଶା, ଗଜପତି, ହୋମ୍ Related Content ନଦୀ ପାର ହେବା ସମୟରେ ଭାସିଯାଇ ମହିଳା ମୃତ by Proprietor Abhimanyu Maharana October 12, 2026 ରା ଉଦୟଗିରିଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ by Proprietor Abhimanyu Maharana October 12, 2026 ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ by Proprietor Abhimanyu Maharana October 12, 2026 ୪୬ ବର୍ଷ ପରେ ପ୍ରଥମ ନିର୍ବାଚନକୁ ନେଇ ଆଦିବାସୀ ମହାବିଦ୍ୟାଳୟରେ ଉତ୍ସାହ, ସଭାପତି ପଦ ପାଇଁ ୧୦ ଜଣଙ୍କ ନାମାଙ୍କନ by Proprietor Abhimanyu Maharana October 12, 2026 ବାଲିଗୁଡ଼ାରେ ସିରିଜ୍ ଦୁର୍ଘଟଣା; ଜଣେ ମୃତ, ଗୁରୁତର ୫୯ ନଂ ଜାତୀୟ ରାଜପଥରେ ମୃତ୍ୟୁର ତାଣ୍ଡବ by Proprietor Abhimanyu Maharana October 12, 2026 ଜନ୍ମମାଟିରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲା "ମୋ ପରିବାର" by Proprietor Abhimanyu Maharana October 12, 2026