Home ଓଡ଼ିଶା ଝାରସୁଗୁଡା ନିର୍ବାଚନମଣ୍ଡଳୀର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ମୋର ପ୍ରଣାମ । ଏ ମାଟିକୁ ମୋର ପ୍ରଣାମ । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ। ଏ ମାଟିର ସେବା କରିବା ପାଇଁ ଆପଣମାନେ ତାକୁ ସୁଯୋଗ ଦେବେ, ଏ ଭରସା ମୋର ଅଛି । ୭ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଝାରସୁଗୁଡା :- ଆଜିର କାର୍ଯ୍ୟକ୍ରମ ଆରମ୍ଭରେ ମୁଁ ପ୍ରଥମେ ଆପଣମାନଙ୍କ ପ୍ରିୟ ନେତା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ନବ ଦାସ ଜଣେ ଲୋକପ୍ରିୟ ନେତା, ଦକ୍ଷ ବିଧାୟକ ଓ ମନ୍ତ୍ରୀ ଭାବରେ ସାରା ଓଡିଶାରେ ପରିଚିତ ଥିଲେ । ସେ ଆଜି ଆମ ଭିତରେ ନାହାନ୍ତି । ତାଙ୍କ କାମ ପାଇଁ ଝାରସୁଗୁଡାବାସୀ ସବୁବେଳେ ତାଙ୍କୁ ମନେ ରଖିବେ ।ଆଜି ତାଙ୍କ ଦାୟିତ୍ବ ନେବାପାଇଁ, ଆପଣମାନଙ୍କ ସେବା କରିବାପାଇଁ, ତାଙ୍କ ଝିଅ ଦୀପାଳି ଦାସ ଆଗେଇ ଆସିଛନ୍ତି । ଆପଣ ଜାଣନ୍ତି, ସେ ଜଣେ highly educated ଝିଅ । ସମାଜସେବାରେ ତାଙ୍କର ବିଶେଷ ରୁଚି ରହିଛି । ମୋର ବିଶ୍ବାସ, ଝାରସୁଗୁଡାବାସୀଙ୍କ ସେବାର ସୁଯୋଗ ମିଳିଲେ, ସେ ତାକୁ ଦକ୍ଷତାର ସହ ପାଳନ କରିପାରିବେ ।ଝାରସୁଗୁଡା ସବୁବେଳେ ବିକାଶ ସାଥିରେ ରହିଛି । ଆପଣମାନେ ବିକାଶରେ ବିଶ୍ବାସ କରନ୍ତି । ସେଥିପାଇଁ ବିଜୁ ଜନତା ଦଳ ସାଥିରେ ରହି ଆସିଛନ୍ତି । ବିଜୁ ଜନତା ଦଳ ମା ମାନଙ୍କ କଲ୍ୟାଣରେ ବିଶ୍ବାସ କରେ । ମା ମାନଙ୍କ empowerment ରେ ବିଶ୍ବାସ କରେ । ଚାଷୀ ଭାଇର empowerment ଉପରେ ବିଶ୍ବାସ କରେ । ଯୁବଶକ୍ତିର empowerment ରେ ବିଶ୍ବାସ କରେ । ଶିଳ୍ପ କ୍ଷେତ୍ରରେ ଝାରସୁଗୁଡାର ସ୍ବତନ୍ତ୍ର ପରିଚୟ ରହିଛି । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ। ନିର୍ବାଚନରେ ହାର ଜିତ୍ ରହିଛି । ତେଣୁ ନିର୍ବାଚନ ପ୍ରଚାର ସମୟରେ ଆମେ ସମସ୍ତେ decency ରକ୍ଷା କରିବା ଜରୁରୀ । କାହାକୁ, ବିଶେଷ କରି, ଆମର ମହିଳା ମାନଙ୍କୁ, ଆମର ମା ମାନଙ୍କୁ, ଗାଳି ଦେବା, ଅସମ୍ମାନ କରିବା ଉଚିତ ନୁହେଁ । ପଦ୍ମପୁର ଉପ ନିର୍ବାଚନରେ ବିରୋଧୀ ଦଳ ବାପାଙ୍କୁ ହରାଇ ଥିବା ଗୋଟିଏ ଝିଅ ପ୍ରତି ଯେଭଳି ବ୍ୟବହାର କଲେ, ତାହା ଆପଣ ଜାଣନ୍ତି । ଦୁଃଖର କଥା, ଏଠାରେ ମଧ୍ୟ ସେମାନେ ଦୀପାଳିଙ୍କ ପ୍ରତି ସେହିଭଳି ବ୍ୟବହାର କରୁଛନ୍ତି ।ଗାଳି ଦେଉଛନ୍ତି । ଏହା ମୋତେ ବହୁତ ଦୁଃଖ ଦେଇଛି । ଦୀପାଳି ଏ ମାଟିର ଝିଅ । ଏ ମାଟିର ସେବା କରିବା ପାଇଁ ଆପଣମାନେ ତାକୁ ସୁଯୋଗ ଦେବେ, ଏ ଭରସା ମୋର ଅଛି । ମୋର ଅନୁରୋଧ, ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରନ୍ତୁ । ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ । Categories: ଓଡ଼ିଶା, ଝାରସୁଗୁଡା, ମହାନଗର, ରାଜନୀତି, ହୋମ୍ Related Content ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ by Proprietor Abhimanyu Maharana September 7, 2026 ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ by Proprietor Abhimanyu Maharana September 7, 2026 ୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା by Proprietor Abhimanyu Maharana September 7, 2026 Soulful Sarod of Virtuoso Pt. Tejendra Majumdar and Captivating Odissi by Smt by Proprietor Abhimanyu Maharana September 7, 2026 ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା... by Proprietor Abhimanyu Maharana September 7, 2026 ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026