୮ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଣପୁର :- ବାଣପୁର ପଂଚାୟତ ସମିତି କାର୍ଯ୍ୟାଳୟ ପରିସର ରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି . ଆଜି ମୋଟ ୮୮ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇ ଥିବା ବେଳେ ସେଥିମଧ୍ୟରୁ 81 ଟି ଅବିଯୋଗ ବ୍ୟକ୍ତିଗତ ଥିଲା ଓ ବାକି 4 ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା ଏବଂ ୩ ଟି ଅଭିଯୋଗ ର ସ୍ଥଳ ବିଶେଷ ରେ ତତ୍କାଳ ସମାଧାନ କରାଯାଇଥିଲା .
ଆଜିର ମିଳିତ ଜନ ଶୁଣାଣି ଅବସରରେ ଭାରପ୍ରାପ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଅଧ୍ୟକ୍ଷତା କରିଥିବାବେଳେ ଅତିରିକ୍ତ ଜିଲ୍ଲାପାଳ, ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ, ଉପ – ଜିଲ୍ଲାପାଳ, ଦୀପ୍ତି ରଞ୍ଜନ ସେଠି, ଵି. ଡ଼ି. ଓ, ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ. ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା ଓ ବାଣପୁର ଏନ ଏ ସି ଅଧ୍ୟକ୍ଷ ମିଟୁ ନାୟକ ଉପସ୍ଥିତ ଥିଲେ.

