ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ

ବିହାର ଭବନ ପାଇଁ ପୁରୀରେ ଜମି ଦେବେ ଓଡିଶା ସରକାର

ପୁରୀରେ ହେବ ବିହାର ଭବନ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି ମାଗଣାରେ ଯୋଗାଇଦେବେ ।

ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି ମାଗଣାରେ ଯୋଗାଇଦେବେ । ଜଗନ୍ନାଥ ଧାମ ପୁରୀକୁ ଆସୁଥିବା ବିହାରର ଲୋକମାନଙ୍କ ରହଣି ସୁବିଧା ପାଇଁ ବିହାର ସରକାର ବିହାର ଭବନ ନିର୍ମାଣ ପାଇଁ ଇଚ୍ଛା ପ୍ରକାଶ କରିଥିଲେ । ଏହି ଘୋଷଣା ପାଇଁ ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ । ଶ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ସିଧା ବିମାନ ବନ୍ଦରକୁ ଆସି ନବୀନ ନିବାସରେ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିହାର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଥିଲେ ।

Exit mobile version