Home ଓଡ଼ିଶା ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ବୋଲି ବାଚସ୍ପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି. ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ବି ଦେଲେ ଇସ୍ତଫା ୧୨ମଇ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ବାଚସ୍ପତି ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । କଣ ପାଇଁ ସେ ଏଭଳି ଗୁରୁତ୍ୱପୂର୍ଣ୍ଣ ସାମ୍ଭିଧାନିକ ପଦବୀ ଛାଡ଼ିଲେ ତାହା ଅସ୍ପଷ୍ଟ ରହିଛି । ସମସ୍ତଙ୍କୁ ଚକିତ କରି ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ । ଗଞ୍ଜାମ ଜିଲ୍ଲା ଭଂଜନଗରରୁ ୫ଥର ବିଧାୟକ ହୋଇଥିବା ବିକ୍ରମ ଆରୁଖ ନିଜ ଇସ୍ତଫାକୁ ନେଇ କହିଛନ୍ତି ଯେ ସେ ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । ମିଳିଥିବା ସୂଚନା ମୁତାବକ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି । ମାତ୍ର ବର୍ଷକ ପାଇଁ ଏହି ପଦରେ ରହିବା ପରେ ସେ ନିଜର ଇସ୍ତଫା ପତ୍ର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ପାଖକୁ ପଠାଇଥିବା କହିଛନ୍ତି । ବାଚସ୍ପତି ଭାବେ ମୁଁ ନିଷ୍ଠାର ସହିତ କାର୍ଯ୍ୟକରିବାକୁ ଚେଷ୍ଟା କରିଛି । ଆଗକୁ ମଧ୍ୟ ରାଜନୈତିକ ଜୀବନରେ ନିଷ୍ଠାର ସହ କାମ କରିବି ବୋଲି ଶ୍ରୀ ଆରୁଖ ସାମ୍ବାଦିକମାନଙ୍କୁ କହିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ବିକ୍ରମ କେଶରୀ କହିଛନ୍ତି ଯେ ଦଳ ମୋତେ ଯେଉଁ ଦାୟିତ୍ୱ ଦେଲେ ବି ମୁଁ ତାହାକୁ ଆନ୍ତରିକତାର ସହିତ ସମ୍ପନ୍ନ କରିବି । ଉଲ୍ଲେଖ ଥାଉ କି ଗତ ଜୁନ, ୨୦୨୨ ମସିହାରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ଏକ ବଡ ପରିବର୍ତ୍ତନ ହୋଇଥିଲା । ସେତେବେଳେ ସବୁମନ୍ତ୍ରୀ ଇସ୍ତଫା ଦେଇଥିଲେ ଓ ବାଚସ୍ପତି ଥିବା ସୂର୍ଯ୍ୟନାରାୟଣ ପାତ୍ର ମଧ୍ୟ ଇସ୍ତଫା ଦେଇଥିଲେ । ଏଥିରେ ଅନେକ ନୂଆ ମୁହଁକୁ ସାମିଲ କରାଯାଇଥିବାବେଳେ ବିକ୍ରମ କେଶରୀଙ୍କୁ ବାଚସ୍ପତି କରାଯାଇଥିଲା । ତେବେ ଆସନ୍ତାକାଲି ଝାରସୁଗୁଡା ଉପନିର୍ବାଚନର ଫଳାଫଳ ଆସିବାକୁ ଥିବାବେଳେ ଅପରାହ୍ନ ୧ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀରୁ ଫେରିବେ । ତେବେ ମୁଖ୍ୟମନ୍ତ୍ରୀ ଫେରିବା ପରେ ମନ୍ତ୍ରିମଣ୍ଡଳ ଅଦଳବଦଳ ହେବା ନେଇ ପାୱାର କରିଡରରେ ଚର୍ଚ୍ଚା ଜୋର ଧରିଛି । ବିକ୍ରମ କେଶରୀ ଆରୁଖ ଭଞ୍ଜନଗର ନିର୍ବାଚନ ମଣ୍ଡଳୀରୁ ୧୯୯୫ରୁ ନିର୍ବାଚିତ ହୋଇଆସୁଛନ୍ତି । ସେ ଏହା ପୂର୍ବରୁ ସଂସଦୀୟ ବ୍ୟାପାର ବିଭାଗର ମନ୍ତ୍ରୀ ଥିଲେ । ବିଜୁ ଜନତା ଦଳର ଦକ୍ଷିଣ ଓଡ଼ିଶାର ଜଣେ ଟାଣୁଆ ନେତା ଭାବେ ଜଣାଶୁଣା ଶ୍ରୀ ଆରୁଖ ୨୦୦୯ ମସିହା ପରଠାରୁ ନବୀନ ମନ୍ତ୍ରିମଣ୍ଡଳରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ରହି ଆସିଛନ୍ତି । Categories: ଓଡ଼ିଶା, ମହାନଗର, ରାଜନୀତି, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026