Home ଓଡ଼ିଶା ଯାଜପୁର ଜିଲ୍ଲା ବିଜେଡ଼ିର ବହୁନେତା କଂଗ୍ରେସରେ ଯୋଗଦେଲେ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ ୧୪ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- କଂଗ୍ରେସ ଦଳର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଯାଜପୁର ଜିଲ୍ଲା ବିଜୁ ମହିଳା ଜନତା ଦଳର ଉପସଭାନେତ୍ରୀ ଶ୍ରୀମତୀ ଆରତୀ ଦେଓଙ୍କ ସମେତ ବହୁ ବିଜେଡ଼ି କର୍ମୀ ଆଜି ବିଜେଡ଼ି ଛାଡ଼ି କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି । ଏହି ଅବସରରେ ଭୁବନେଶ୍ୱର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆୟୋଜିତ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ସମସ୍ତଙ୍କୁ ପୁଷ୍ପମାଲ୍ୟ, ଉତ୍ତରୀୟ ପ୍ରଦାନ କରି ସ୍ୱାଗତ କରିଥିଲେ ଏବଂ ଆନୁଷ୍ଠାନିକ ଭାବେ କଂଗ୍ରେସ ଦଳରେ ଗ୍ରହଣ କରିନେଇଥିଲେ । ଉଦ୍ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଲେ ଯେ, ଶ୍ରୀମତୀ ଦେଓଙ୍କ ଯୋଗଦାନ କଂଗ୍ରେସକୁ ଯାଜପୁର ଜିଲ୍ଲାରେ ସୁଦୃଢ଼ କରିବ ।ଯାଜପୁର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ମନୋଜ ରାଉତ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିସମସ୍ତଙ୍କୁ ସ୍ୱାଗତ କରିଥିଲେ । ନିଜ ବକ୍ତବ୍ୟରେ ଶ୍ରୀମତୀ ଦେଓ କହିଲେ ଯେ ଆଗାମୀ ଦିନରେ କଂଗ୍ରେସ ସୁଦୃଢ଼ କରିବାରେ ମୁଁ ନିଷ୍ଠାପର ଭାବରେ ମୋର ଉଦ୍ୟମ ଜାରି ରଖିବି ବୋଲି ସେ କହିଥିଲେ । ଶ୍ରୀମତୀ ଦେଓଙ୍କ ସହ ବିଜେଡ଼ି ଛାଡ଼ି କଂଗ୍ରେସରେ ଯୋଗ ଦେଇଥିବା ଅନ୍ୟ ନେତୃବୃନ୍ଦ ହେଲେ ସର୍ବଶ୍ରୀ ସେକ୍ ଇମ୍ତିୟାଜ ଖାନ୍, ଏସ୍.କେ. ଅଲ୍ଲହାଜ ଅଲ୍ଲୀ, ମନୋଜ ଜେନା, ମଙ୍ଗୁମହାନ୍ତି, ଅନନ୍ତ ଘଡ଼େଇ, ନରେଶ ବେହୁରିଆ, ମମିତା ମଲ୍ଲିକ, ଅଲିଭା ଘଡ଼େଇ, ସନ୍ଧ୍ୟା ମଲ୍ଲିକ, ଦିପୁ ମଲ୍ଲିକ, ଗୋପାଳ ଜେନା ଓ ପ୍ରକାଶ ଦେଓ ପ୍ରମୁଖ । ଆଜିର ଏହି କାର୍ଯ୍ୟକ୍ରମରେ କଟକ ଜିଲ୍ଲା କଂଗ୍ରେସ କମିଟିର ସଭାପତି ଶ୍ରୀ ମାନସ ଚୌଧୁରୀ, ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ବିଶ୍ୱଜିତ୍ ଦାଶ, ଜାନକୀବଲ୍ଲଭ ପଟ୍ଟନାୟକ, ପୂର୍ବତନ ବିଧାୟକ ଶ୍ରୀ ଚିନ୍ମୟ ପ୍ରସାଦ ବେହୁରା, ରଜନୀ ମହାନ୍ତି, ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜ, ପ୍ରକାଶ ମିଶ୍ର, ଭୁବନେଶ୍ୱର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ୍ ପାତ୍ର, ସୁବ୍ରତ ମହାପାତ୍ର, ପ୍ରଭାତ ପ୍ରତାପ ସିଂ, ବ୍ଲକ ସଭାପତି ଶ୍ରୀ ଅଶୋକ ଦାସ, ଗୀତାଞ୍ଜଳୀ ମହାନ୍ତି, ମିହିର ଆଚାର୍ଯ୍ୟ, ଜୟକୃଷ୍ଣ ସୁବୁଧି ଓ ଅମରେଶ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ମହାନଗର, ଯାଜପୁର, ରାଜନୀତି, ହୋମ୍ Related Content ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ by Proprietor Abhimanyu Maharana September 8, 2026 ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ by Proprietor Abhimanyu Maharana September 8, 2026 ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ by Proprietor Abhimanyu Maharana September 8, 2026 Strengthening Odisha’s Power Transmission Infrastructure: A New Era of Confidence in Power System of Odisha by Proprietor Abhimanyu Maharana September 8, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ by Proprietor Abhimanyu Maharana September 7, 2026 କାରିଗରଙ୍କ ସହିତ ବିଶ୍ୱକର୍ମାଙ୍କ ଆଶୀର୍ବାଦ ଅଛି, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ by Proprietor Abhimanyu Maharana September 7, 2026