ଚଳିତ ପୁଣି୨୦୨୩ ମାଟ୍ରିକ୍ ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ ର ଏକ ନୂଆ ଇତିହାସ

ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ :- ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୬୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ପ୍ରଥମ ଶ୍ରେଣୀ ଅର୍ଥାତ୍ First Division ରେ ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ରଚନା କରିଛନ୍ତି । ଯାହା ଆମ ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବର ବିଷୟ । ୩୧ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଏ-୧ରେ ୦୪ ଜଣ, ଏ-୨ରେ ୦୯ ଜଣ, ବି-୧ରେ ୧୦ ଜଣ ଓ ବି-୨ରେ ୦୮ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି ।ଏ-୧ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ବୈଭଶ୍ରୀ ପ୍ରିୟଦର୍ଶିନୀ, ସମ୍ବିତ୍ କୁମାର ରାଉତ,ଅନୁରାଗ ମହାରଣା ଓ ଶିବାନନ୍ଦ ସାହୁ ବିଦ୍ଯାଳୟର ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିଛନ୍ତି । ମୋଟ ୩୧ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ୦୪ ଜଣ ୯୦% ରୁ ଅଧିକ ନମ୍ବର ରଖିଛନ୍ତି, ୦୯ ଜଣ ୮୦ ଶତକଡାରୁ ଉର୍ଦ୍ଧ୍ବ ନମ୍ବର ରଖିଛନ୍ତି,୧୦ ଜଣ ୭୦ % ରୁ ଉର୍ଦ୍ଧ ନମ୍ବର ରଖିଥିବା ବେଳେ ୦୮ ଜଣ ୬୦% ରୁ ଉର୍ଦ୍ଧ ନମ୍ବର ରଖି ବିଦ୍ଯାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି ।

ଶିକ୍ଷାକେନ୍ଦ୍ର ୧୦୦ ପ୍ରତିଶତ ରେଜଲ୍ଟ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୬୦%ରୁ ଉର୍ଦ୍ଧ୍ବ ନମ୍ବର ରଖିଥିବାରୁ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ମାନଙ୍କୁ ଧନ୍ଯବାଦ ଅର୍ପଣ କରିଛନ୍ତି । ସୂଚନା ଥାଉକି, ସମସ୍ତ ଛାତ୍ରଛାତ୍ରୀ ଲେଙ୍କୁଡିପଡା ଉଚ୍ଚ ବିଦ୍ଯାଳୟ ଅଧିନରେ ପରୀକ୍ଷା ଦେଇଥିଲେ ।

Exit mobile version