Home ଓଡ଼ିଶା ବାଣପୁର : ମା’ଭଗବତୀ ପାଳିଲେ ସାବିତ୍ରୀ ବ୍ରତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୧୯ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଣପୁର :- ମା’ ଭଗବତୀ ପାଳିଲେ ସାବିତ୍ରୀ ବ୍ରତ । ଦକ୍ଷ କନ୍ୟା ସତୀ, ଦେବ ଦେବ ମହାଦେବଙ୍କୁ ପତି ଭାବରେ ବରଣ କରି ନିଜକୁ ଧନ୍ୟ ମନେ କରିଛନ୍ତି । ନିଜ ପତିଙ୍କ ପ୍ରତି ପିତାଙ୍କ ତାଛଲ୍ୟ, କଟୁକ୍ତିସହ୍ୟ କରି ନ ପାରି ଯଜ୍ଞକୁଣ୍ଡରେ ନିଜକୁ ଝାସ ଦେଇଥିଲେ । ସେହି ମା’ ଭଗବତୀ ପାର୍ବତୀ ରୂପରେ ଜନ୍ମ ନେଇ ପୁଣି ଦେବ ଦେବ ମହାଦେବଙ୍କୁ ପତି ଭାବରେ ପାଇବା ପାଇଁ ହିମାଳୟରେ କଠୋର ତପସ୍ୟା କରି ବରପ୍ରାପ୍ତ ହୋଇଥିଲେ । ପୌରାଣିକ ଉପାଖ୍ୟାନରେ ବର୍ଣ୍ଣିତ ଦେବୀ ଭଗବତୀ ଯିଏ ସମସ୍ତଙ୍କର ଆରାଧ୍ୟା ଦେବୀ ସେ ସତୀ ଏବଂ ସେ ପାର୍ବତୀ ବୋଲି ବିଶ୍ୱାସ ଅଛି । କିନ୍ତୁ କଳି ଯୁଗରେ ମା’ ମାନବୀୟ ଲୀଳାର ପ୍ରତୀକ ଭାବରେ ଦେବ ଦେବ ମହାଦେବଙ୍କ ଶୁଭ ମନାସି ସେ ନିଜେ ପାଳନ୍ତି ସାବିତ୍ରୀ ବ୍ରତ । କେଉଁ ପ୍ରାଚୀନ କାଳରୁ ପ୍ରଚଳିତ ଏହି ନୀତିକାନ୍ତି ଓଡିଶାର ସମସ୍ତ ଶକ୍ତିପୀଠ ଠାରୁ ଅନନ୍ୟ କହିଲେ ଅତ୍ୟୁକ୍ତି ହେବ ନାହିଁ । ଶୁକ୍ରବାର ପ୍ରତ୍ୟୁଷରୁ ଅଙ୍ଗରାଗ ମାଜଣା, ଅଂଳା ହଳଦୀ ଅଗୁରୁ ଚନ୍ଦନ କର୍ପୁର ମିଶ୍ରିତ ସୁବାଷିତ ଜଳରେ ମହାସ୍ନାନ, ବେଶ, ମହାପ୍ରସାଦ ସେବନ ,ବଲ୍ଲଭ ଆଳତୀ ପରେ ସର୍ବ ସାଧାରଣ ଦର୍ଶନ ବଢିଥିଲା । ପିତ୍ରାଳୟ ଦକ୍ଷ ପ୍ରଜାପତିଙ୍କ ମନ୍ଦିରରୁ ଦଣ୍ଡସେଣା ନେଇଥିଲେ ସାବିତ୍ରୀ ଭାର । ନୂଆ ଶାଢୀ, ଚୂଡ଼ି, ଅଳତା, ସିନ୍ଦୁର କଜ୍ୱଳ, ପାନିଆ,ଦର୍ପଣ, ସହ ମୁଗ, ଆମ୍ବ, ପଣସ, ନଡ଼ିଆ, ତାଳ ଖଜୁର ଇତ୍ୟାଦି ଫଳ ମୂଳ । ପାଳିଆ ମାଳି ମଧ୍ୟାହ୍ନରେ ପୁଣି ମା’ଙ୍କୁ ନୂଆ ଶାଢିରେ ବେଶ କରାଇ ସିନ୍ଧୁର କଜ୍ୱଳ ଓ ଚୁଡ଼ି ଆଦି ସମର୍ପଣ କରି ସୁନ୍ଦର ଭାବରେ ବେଶ କରିଥିଲେ । ପରିଚ୍ଛା ସାଆନ୍ତେ ବ୍ରତ ବିଧି ବଢାଇ ଆଳତୀ ବନ୍ଦାପନା ପରେ ଶଙ୍କୁଡ଼ି ଧୂପ ଲାଗି ହୋଇଥିଲା । ଘଣ୍ଟଘଣ୍ଟା କାହାଳୀ ବାଦ୍ୟହୁଳହୁଳି ଧୂନୀରେ ମନ୍ଦିର ବେଢା ଉଛୁଳି ପଡିଥିଲା । ପରେ ସର୍ବ ସାଧାରଣ ଦର୍ଶନ ପାଇଁ ସାହାଣମେଲା ହୋଇଥିଲା । ଓଡ଼ିଶାର ଏହି ପ୍ରସିଦ୍ଧ ସାବିତ୍ରୀ ବ୍ରତ କେବଳ ଓଡ଼ିଆଣି ମା’ ଭଉଣୀମାନେ ପାଳନ କରୁଥିବା ବେଳେ ବାଣପୁରର ଆରାଧ୍ୟା ଦେବୀ ଭଗବତୀ ମଧ୍ୟ ଏହି ବ୍ରତ ଓଷା ପାଳୁଥିବାର ପରମ୍ପରା ପ୍ରାଚୀନ କାଳରୁ ଚଳି ଆସୁଛି । ଦେବୋତ୍ତର କାର୍ଯ୍ୟାଳୟ ତରଫରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିବା କଥା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କଠାରୁ ପ୍ରକାଶ । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ by Proprietor Abhimanyu Maharana September 18, 2026 London hosts”Yoga : An Appeal For Peace “Programme" by Proprietor Abhimanyu Maharana September 18, 2026 ଦିଲ୍ଲୀର ବିକାଶପୁରୀଠାରେ ଗଣେଶ ମହୋତ୍ସବ ଆୟୋଜନ by Proprietor Abhimanyu Maharana September 18, 2026 ଦିଲ୍ଲୀର ଲର୍ଡ଼ ଜଗନ୍ନାଥ ସୋସାଇଟି ପକ୍ଷରୁ ଗଣେଶ ପୂଜା ଆୟୋଜନ by Proprietor Abhimanyu Maharana September 18, 2026 ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ by Proprietor Abhimanyu Maharana September 18, 2026 ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ by Proprietor Abhimanyu Maharana September 18, 2026