ଓଡିଶା ତାଜା ନ୍ୟୁଜ୍ (୨୨ ଜୁନ୍ ସୋମବାର) ପୁରୀ :– ରଥଯାତ୍ରା ମାମଲା : ସିଜେଆଇଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠ କରିବେ ଶୁଣାଣି ପୁରୀ ରଥଯାତ୍ରା ନିଷ୍ପତ୍ତିର ପୁନର୍ବିଚାର ପାଇଁ ହୋଇଥିବା ରିଟ୍ ପିଟିଶନକୁ ଶୁଣାଣି ଲାଗି ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ । ସୋମବାର ରଥଯାତ୍ରା ମାମଲାର ଶୁଣାଣି ସମୟରେ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ନିଜର ଯୁକ୍ତି ଉପସ୍ଥାପନ କରିଥିଲେ ।
ଏହା ପରେ ଜଷ୍ଟିସ ଏସ. ରବୀନ୍ଦ୍ର ଭଟ୍ଟ ପୁନର୍ବିଚାର ମାମଲାକୁ ଗ୍ରହଣ କରିବା ସହିତ ଏହାର ଶୁଣାଣି ପାଇଁ ୩ ଜଣିଆ ଖଣ୍ଡପୀଠ ନିକଟକୁ ସ୍ଥାନାନ୍ତର କରିଛନ୍ତି । ଫଳରେ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ. ବୋବଡେଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ସିଜେଆଇ ନାଗପୁରସ୍ଥିତ ତାଙ୍କ ଘରୁ ଭିଡିଓ କନଫରେନ୍ସିଂ ଜରିଆରେ ଶୁଣାଣି କରିବେ ।
