୨୪ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ଭୁବନେଶ୍ୱର :- ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଗତ ୪ ବର୍ଷ ମଧ୍ୟରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଲକ୍ଷ୍ୟ ଓ ସଫଳତା ଏବଂ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନେଇ ସମୀକ୍ଷା କରିଥିଲେ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଶ୍ରୀ ପ୍ରଦୀପ କୁମାର ଅମାତ ନିର୍ବାଚନ ଇସ୍ତାହାରରେ ପ୍ରତିଶ୍ରୁତି ଦିଆଯାଇଥିବା ସଫଳତାର ବିବରଣୀ ଏବଂ ସମଗ୍ର ରାଜ୍ୟରେ ଗ୍ରାମାଞ୍ଚଳରେ ବାସ କରୁଥିବା ଲୋକମାନଙ୍କ ସୁବିଧା ପାଇଁ ବିଭାଗ ପକ୍ଷରୁ ଗତ ୪ ବର୍ଷ ମଧ୍ୟରେ ନିଆଯାଇଥିବା ବିଭିନ୍ନ ରୂପାନ୍ତରୀକରଣ ପଦକ୍ଷେପ ସମ୍ପର୍କରେ ଉପସ୍ଥାପନ କରିଥିଲେ । ପରେ ଗୀତଗୋବିନ୍ଦ ସଦନଠାରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ଅମାତ କହିଲେ ଯେ ଗ୍ରାମୀଣ ବାସଗୃହ ଯୋଜନା ଅଧିନରେ ଗତ ୪ ବର୍ଷ ମଧ୍ୟରେ ଗ୍ରାମାଞ୍ଚଳରେ କଚ୍ଚା ଘରେ ବାସ କରୁଥିବା ୧୧ ଲକ୍ଷରୁ ଊଦ୍ଧ୍ୱର୍ ପରିବାରଙ୍କୁ ଘର ଯୋଗାଇ ଦିଆଯାଇଛି । ଏତଦବ୍ୟତୀତ, ୩୫ ଲକ୍ଷରୁ ଊଦ୍ଧ୍ୱର୍ ହିତାଧିକାରୀଙ୍କୁ ଘର ମରାମତି ଏବଂ ଗୃହ ନିର୍ମାଣ କାର୍ଯ୍ୟ ଶୀଘ୍ର ସମାପ୍ତ କରିଥିବା ବାବଦରେ ପ୍ରାୟ ୨୧୫୦ କୋଟି ଟଙ୍କା ପ୍ରଦାନ କରାଯାଇଛି । ଆମ ଗାଁ ଆମ ବିକାଶ ଯୋଜନାରେ ୫୪,୦୦୦ ରୁ ଅଧିକ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକ ପାଇଁ ୧୫୦୦ କୋଟି ଟଙ୍କା ମଞ୍ଜୁର କରଯାଇଛି । ଏତଦବ୍ୟତୀତ, ଗ୍ରାମ ପଞ୍ଚାୟତ ସ୍ତରରେ ପାଖାପାଖି ୭୮୦୦ ଟି ମିଶନ ଶକ୍ତି ଗୃହ ନିର୍ମାଣ କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଅମାତ କହିଛନ୍ତି । ମନ୍ତ୍ରୀ ଶ୍ରୀ ଅମାତ ପୁଣି କହିଲେ ଯେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ପ୍ରତ୍ୟେକ ଘରକୁ ଟ୍ୟାପ ଦ୍ୱାରା ଦୈନିକ ମୁଣ୍ଡପିଛା ୭୦ ଲିଟର ବିଶୁଦ୍ଧ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା କରାଯାଇଛି ।
୫୭୦୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ୨୦୬ ଟି ମେଗା ପାନୀୟ ଜଳ ପ୍ରକଳ୍ପ ସହିତ ୧୩୦୦୦ ସିଙ୍ଗଲ ଭିଲେଜ ପାଇପ ଜଳ ଯୋଗାଣ ପ୍ରକଳ୍ପ ଅନୁମୋଦନ କରାଯାଇଛି । ଅଦ୍ୟାବଧି, ଗ୍ରାମାଞ୍ଚଳର ପ୍ରାୟ ୬୧ ପ୍ରତିଶତ ପରିବାର ଏହି ଯୋଜନାରେ ଉପକୃତ ହୋଇପାରିଛନ୍ତି । ୧୪,୦୦୦ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କୁ ରୋଜଗାରକ୍ଷମ କରାଇବା ନିମନ୍ତେ ବିଭାଗ ପକ୍ଷରୁ ବିଭିନ୍ନ ଯୋଜନାରେ ସାମିଲ କରାଯାଇଛି । ଏହି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ୭୭୦ କୋଟି ଟଙ୍କାର ବ୍ୟବସାୟ ହୋଇଥିବାବେଳେ ୨୦୦ କୋଟି ଟଙ୍କାରୁ ଊଦ୍ଧ୍ୱର୍ ଲାଭ ହୋଇଛି । ପ୍ରାୟ ୮୦୦ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ନର୍ସରୀ ପ୍ରସ୍ତୁତି, ପୁଷ୍ଟି ବଗିଚା ଆଦି କାର୍ଯ୍ୟରେ ସାମିଲ ହୋଇଥିବାବେଳେ, ସେମାନଙ୍କୁ ଆୟ କିମ୍ବା ସେବା ଶୁÂ ବାବଦରେ ୧୦୬୫ କୋଟି ଟଙ୍କା ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମ ଓରମାସ ଏବଂ ମିଶନ ଶକ୍ତି ବିଭାଗ ସହଯୋଗରେ କରାଯାଉଛି ।
