୩୦ ମଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :- ଦେବସ୍ନାନ ପୂର୍ଣ୍ଣିମା ଜୁନ ୪ ତାରିଖରେ ଅନୁଷ୍ଠିତ ହେବ।ସ୍ନାନଯାତ୍ରା କୁ ଶାନ୍ତି ଶୃଙ୍ଖଳା ର ସହ ସମାପନ ପାଇଁ ଏକ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ପୂର୍ବରୁ ଏକାଧିକ ବୈଠକ ମାଧ୍ୟମରେ ଚଳିତ ସ୍ନାନ ଯାତ୍ରା ଓ ରଥଯାତ୍ରା କୁ ସୁଚାରୁ ରୁପେ ପରିଚାଳନା ପାଇଁ ବିଭିନ୍ନ ବିଭାଗ କୁ ନିର୍ଦ୍ଦେଶ ଦିଆଯାଇଛି।
ତାହାର ନିର୍ଯ୍ୟାସ ଆଧାର ରେ ସମସ୍ତ ବିଭାଗ ସେମାନଙ୍କ କାର୍ଯ୍ୟ କୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ। ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ସ୍ଥଳ,ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ୱେଛାସେବୀ ନିୟୋଜନ, ଅଗ୍ନି ନିର୍ବାପକ ଓ ଜଳ ସିଞ୍ଚନ ବ୍ୟବସ୍ଥା ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଡ଼ଃ ଶରତ ଚନ୍ଦ୍ର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର,