ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧବାଷିକୀ ପାଳିତ

୩୧ ମଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-  ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ସପ୍ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି। ଶିକ୍ଷା ବିଭାଗ ଅଧ୍ୟାପକ ଜୟକୃଷ୍ଣ ସାହୁ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ,ଇଂରାଜୀ ଅଧ୍ୟାପକ ମହେଶ୍ୱର ପ୍ରଧାନ , କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ଖଣ୍ଡୁଆଳ,ମାନସ ରଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇ ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଗଭୀର ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଥିଲେ।ଶିକ୍ଷକତା ଜୀବନରୁ ରାଜନୀତି, ସରପଞ୍ଚ ରୁ ପାର୍ଲିଆମେଣ୍ଟ,ଏବଂ ନୂଆଗାଁ କଲେଜ ଗଠନ ରେ ପ୍ରମୁଖ ଭୂମିକା ଗ୍ରହଣ କରିବା ସହ ଲୋକସେବା କୁ କିପରି ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ ସେ ଉପରେ ଆଲୋକପାତ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।

Exit mobile version