Home ଓଡ଼ିଶା ବାଲେଶ୍ବର ବାହାନଗାରେ ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୪ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ବାହାନଗା,ବାଲେଶ୍ବର :- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଅପରାହ୍ନରେ ବାହାନଗାରେ ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ସେ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ ଓ ବଗି ନିକଟକୁ ଯାଇ ଘଟଣାସ୍ଥଳର ସ୍ଥିତି ଦେଖିଛନ୍ତି । ପ୍ରାୟ ଅଧ ଘଣ୍ଟା ଧରି ଘଟଣାସ୍ଥଳରେ ରହି ସ୍ଥିତି ପରଖିଛନ୍ତି । ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ, ରେଳବାଇର ବରିଷ୍ଠ ଅଧିକାରୀ, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ କ’ଣ ସହଯୋଗର ଆବଶ୍ୟକତା ଅଛି, ସେନେଇ ପଚାରି ବୁଝିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲ୍ଲା କଲାଇକୁଣ୍ଡା ଏୟାରଫୋର୍ସ ଷ୍ଟେସନରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ବାହାନଗାରେ ଅପରାହ୍ଣ ୩ଟା ୪୦ରେ ପହଞ୍ଚି ଥିଲେ। ସେଠାରୁ ସେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ବାୟୁସେନାର ଅଧିକାରୀଙ୍କ ସହିତ ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇଥିଲେ। ସେହିପରି ମୋଦୀଙ୍କ ଗସ୍ତ ସମୟରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଶୁକ୍ରବାର ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍ (୧୨୮୪୧)ଟ୍ରେନ୍ ଓ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍ (୧୨୮୬୪) ଧକ୍କା ହୋଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ, ଓଡ଼ିଶା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଓ ତାମିଲନାଡୁ ସମେତ ସାରା ଦେଶବାସୀ ସ୍ତବ୍ଧ ହୋଇଯାଇଛନ୍ତି। ଏହି ଟ୍ରେନ୍ ଦୁର୍ଘଟଣାରେ ଏପର୍ୟ୍ୟନ୍ତ ମୃତ୍ୟୁ ସଂଖ୍ୟା ୨୬୧ରେ ପହଞ୍ଚି ଥିଲା ବେଳେ ଆହୁରି ୭୦୦ ଆହତଙ୍କର ଚିକିତ୍ସା ବାଲେଶ୍ବର ଓ କଟକ ସମେତ ଅନ୍ୟ ଡାକ୍ତରଖାନାରେ ଜାରି ରହିଛି । ସେମାନଙ୍କର ମଧ୍ୟରୁ ଶତାଧିକ ଯାତ୍ରୀଙ୍କର ଅବସ୍ଥା ସଂକଟାପନ୍ନ ରହିଛି । Categories: ଓଡ଼ିଶା, ବାଲେଶ୍ଵର, ହୋମ୍ Related Content ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ by Proprietor Abhimanyu Maharana September 20, 2026 ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ by Proprietor Abhimanyu Maharana September 20, 2026 ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ by Proprietor Abhimanyu Maharana September 20, 2026 ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ by Proprietor Abhimanyu Maharana September 20, 2026 ଓଡିଶା ପ୍ରାନ୍ତର ଏକ ନମ୍ବର ହେବ ପୁରୀ ଯୋଗଜିଲ୍ଲା : ମନମୋହନ by Proprietor Abhimanyu Maharana September 20, 2026 ୨୬ତମ ଗଣପତି ମହୋତ୍ସବ ଉଦଯାପିତ by Proprietor Abhimanyu Maharana September 20, 2026