Home ଓଡ଼ିଶା ନେଭାର ପ୍ରୟୋଗ ନିମନ୍ତେ ଓଡ଼ିଶା ବିଧାନସଭାରେ ପଦାଧିକାରୀ ଓ ସଦସ୍ୟମାନଙ୍କୁ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ନେଭା ସେବାକେନ୍ଦ୍ର ଉଦ୍ଘାଟିତ ୯ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଓଡ଼ିଶା ବିଧାନସଭା ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ନେଭା (ନ୍ୟାସନାଲ୍ ଇ-ବିଧାନ) ଜରିଆରେ ପେପରଲେସ୍ ପ୍ରଣାଳୀକୁ ଅଧିକ କ୍ରିୟାଶୀଳ କରି ଆଗାମୀ ଦିନରେ ଓଡ଼ିଶା ବିଧାନସଭାର ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ ଭାବେ ଅନ୍ଲାଇନ୍ ଏବଂ ଡିଜିଟାଲ ମାଧ୍ୟମରେ କରାଯିବ । ଏଥି ପାଇଁ ପର୍ଯ୍ୟାୟ କ୍ରମେ ଓଡ଼ିଶା ବିଧାନସଭାର ସମସ୍ତ ପଦାଧିକାରୀ ଏବଂ ମାନ୍ୟବର ସଦସ୍ୟମାନଙ୍କୁ ଏନ୍ଆଇସି ଏବଂ ଓକାକ୍ କର୍ତ୍ତୃପକ୍ଷଙ୍କ ଦ୍ୱାରା ତାଲିମ ପ୍ରଦାନ କରାଯିବ । ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ମାନ୍ୟବର କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହଙ୍କ ଦ୍ୱାରା ଓଡ଼ିଶା ବିଧାନସଭା ପରିସରରେ ନେଭା ସେବା କେନ୍ଦ୍ର ଉଦ୍ଘାଟିତ ହେବା ସହ ପ୍ରଥମ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଆଜି ପ୍ରଥମ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭାରେ କାର୍ଯ୍ୟରତ ସମସ୍ତ ସହକାରୀ ଉପବିଭାଗ ଅଧିକାରୀ ଏ ସମ୍ବନ୍ଧରେ ତାଲିମ ଗ୍ରହଣ କରିଛନ୍ତି । ଉଦ୍ଘାଟନୀ ଉତ୍ସବରେ ଯୋଗଦେଇ ମାନ୍ୟବର କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ସିଂହ କହିଲେ ଯେ ନେଭାକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶା ବିଧାନସଭା ଦେଶରେ ଅଗ୍ରଣୀ । ଓଡ଼ିଶା ବିଧାନସଭାର ସମସ୍ତ କର୍ମଚାରୀ ଓସ୍ୱାସ୍ରେ କାର୍ଯ୍ୟ କରିବାରେ ଅଭ୍ୟସ୍ତ ଥିବାରୁ ଧାର୍ଯ୍ୟ ଜୁଲାଇ ମାସ ମଧ୍ୟରେ ତାଲିମ ସମାପ୍ତ କରି ନେଭା ଆପ୍ଲିକେସନ୍ ପ୍ରୟୋଗରେ ସଫଳ ହେବେ ବୋଲି ଶ୍ରୀ ସିଂହ ଆଶାପ୍ରକାଶ କରିଥିଲେ । ଅନ୍ୟତମ ଅତିଥି ଭାବେ ଯୋଗଦେଇ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ ବିଧାନସଭା ପ୍ରଶ୍ନଠାରୁ ଆରମ୍ଭ କରି ସମସ୍ତ କାର୍ଯ୍ୟ ଅନ୍ଲାଇନ୍ରେ ଇ-ବିଧାନ ମାଧ୍ୟମରେ ସଂପନ୍ନ କରିବା ପାଇଁ ବିଧାନସଭାର କର୍ମଚାରୀ ଓ ଅଧିକାରୀମାନଙ୍କୁ ଏହି ତାଲିମ କାର୍ଯ୍ୟକ୍ରମ ବିଶେଷ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ । ପ୍ରକାଶଯୋଗ୍ୟ ଯେ ୨୦୧୮ ମସିହାରେ ଦେଶରେ ‘ୱାନ୍ ନେସନ୍, ୱାନ୍ ଆପ୍ଲିକେସନ୍’ ଦ୍ଧତି ଆରମ୍ଭ କରିବା ପାଇଁ ନ୍ୟାସନାଲ୍ ଇ-ବିଧାନ କାର୍ଯ୍ୟକ୍ରମ ଭାରତ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିଲା । ସମଗ୍ର ଦେଶରେ ବିଧାନସଭାର କାର୍ଯ୍ୟାବଳୀକୁ ଡିଜିଟାଲ୍ ପ୍ରଣାଳୀରେ ସଂପନ୍ନ କରିବା ଇ-ବିଧାନର ଉଦ୍ଦେଶ୍ୟ । ଏହି ଆପ୍ଲିକେସନ୍ ଦ୍ୱାରା ବିଧାନସଭା କାର୍ଯ୍ୟକ୍ରମ ସଂପର୍କିତ ସମସ୍ତ ତଥ୍ୟ ଗୋଟିଏ ମଞ୍ଚରେ ଉପଲବ୍ଧ ହେବ । Categories: ଓଡ଼ିଶା, ମହାନଗର, ହୋମ୍ Related Content ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି by Proprietor Abhimanyu Maharana June 30, 2026 ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ by Proprietor Abhimanyu Maharana June 30, 2026 ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ by Proprietor Abhimanyu Maharana June 30, 2026 ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ by Proprietor Abhimanyu Maharana June 30, 2026 ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ - ପୁରୀ by Proprietor Abhimanyu Maharana June 29, 2026 ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ - ସିଆଇଆଇ ଏନର୍ଜି କନ୍କ୍ଲେଭ by Proprietor Abhimanyu Maharana June 29, 2026