୧୨ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଭୁବନେଶ୍ୱର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୨୭ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଜଣଙ୍କୁ ତିନି ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି ।
ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଭୁବନେଶ୍ୱର ଉପ ଜିଲ୍ଲାପାଳ ଶ୍ରୀ ଦେବବ୍ରତ ସାହୁ, ସିଡିଏମଓ ଡଃ ଆର୍ତ୍ତବନ୍ଧୁ ନାୟକ , ଜୋନ-୪ ଏସିପି ଶ୍ରୀ ଶୁଭ ନାରାୟଣ ମୁଦୁଲି, ଅବକାରୀ ଉପ ଅଧିକ୍ଷକ ଶ୍ରୀ ରାଜ କିଶୋର ସ୍ୱାଇଁ, ବିଡିଓ ଶ୍ରୀ ସମ୍ପଦ କୁମାର ଦଳାଇ, ସଂପୃକ୍ତ ତହସିଲଦାର, ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକଫର ଶ୍ରୀମତୀ ସୁଚେତା ଦାସ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

