Home ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୨୨ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି । ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକ ରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଅଧ୍ୟକ୍ଷତା କରି କହିଲେ ଯେ ବିଭିନ୍ନ ପ୍ରକଳ୍ପ ବ୍ୟୟ ପାଇଁ ଅନୁଦାନ ଦିଆ ଯାଇଥିବା ଅର୍ଥ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ ହେବା ଜରୁରୀ । କେତେକ ଡିଭିଜନରେ ପ୍ରକଳ୍ପ ପାଇଁ ଦିଆଯାଇ ଥିବା ଅର୍ଥ ବିନିଯୋଗ ସନ୍ତୋଷଜନକ ହୋଇନଥିବାରୁ ଶ୍ରୀ ସିଂହ ଅଧିକାରୀ ମାନଙ୍କୁ ବିହିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ । ବଜେଟ ଅନୁଦାନ ଓ ବିଲ ପଇଠ ଆଦି ସମସ୍ୟା ଯଦି କାହାର ଥାଏ ଏହାର ସମାଧାନପୂର୍ବକ ପରବର୍ତ୍ତୀ ମାସିକ ବୈଠକ ପୂର୍ବରୁ ସମସ୍ତ ଡିଭିଜନ ଅନୁନ୍ୟ ୫ କୋଟି ଟଙ୍କା ପ୍ରକଳ୍ପ ନିମନ୍ତେ ବ୍ୟୟ କରି ରିପୋର୍ଟ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ବିଜୁ ସେତୁ ଯୋଜନା ଅଧିନରେ ପ୍ରକଳ୍ପଗୁଡିକ ପାଇଁ ଉପୁଜୁ ଥିବା ସମସ୍ୟା ଯଥା ଜମି ଅଧିଗ୍ରହଣ, ଜଙ୍ଗଲ ଜମି ଓ ଆନ୍ତଃରାଜ୍ୟ ସମସ୍ୟାଗୁଡିକୁ ତୁରନ୍ତ ସମାଧାନପୂର୍ବକ ଅଞ୍ଚଳ ସର୍ଭେ କରାଯାଇ ଟେଣ୍ଡର ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ବିଭାଗୀୟ ସଚିବ ଶ୍ରୀ ସିଂହ କ୍ଷେତ୍ରାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଭୁ-ଅଧିଗ୍ରହଣ ଓ ଜଙ୍ଗଲ ଜମି ସମସ୍ୟା ସମାଧାନ ନିମିତ୍ତ ଆସନ୍ତା ଜୁଲାଇ ୧୫ ତାରିଖରେ ଏକ ବୈଠକ ଆହ୍ୱାନ କରିବାକୁ ଶ୍ରୀ ସିଂହ ବିଭାଗୀୟ ଅଧିକାରିଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଜୁ ସେତୁ ଯୋଜନା ଅଧିନରେ ୨୦୨୩ -୨୪ ଆର୍ଥିକ ବର୍ଷରେ ଅନୁନ୍ୟ ୨୦୦ ଟି ପ୍ରକଳ୍ପର ସର୍ଭେ କାର୍ଯ୍ୟ ଓ ଜି.ଏ.ଡି ମଞ୍ଜୁରି ଆସନ୍ତା ଜୁଲାଇ ଶେଷ ସୁଦ୍ଧା ସମ୍ପୁର୍ଣ୍ଣ ହେବା ଦରକାର । ଏଥିପାଇଁ ବିଭାଗୀୟ ଅଧିକାରୀମାନେ ଜୁଲାଇ ୧୦ ତାରିଖ ସୁଦ୍ଧା ରିପୋର୍ଟ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି ।ଯେଉଁ ପ୍ରକଳ୍ପଗୁଡିକର ଟେଣ୍ଡର କାର୍ଯ୍ୟ ସରିଛି ସେଗୁଡିକରେ ଜମି ଅଧିଗ୍ରହଣ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ମନ୍ଥର ଗତିରେ ଚାଲୁଥିବା ଏବଂ ସ୍ଥଗିତ ଥିବା ପ୍ରକଳ୍ପଗୁଡିକର କାର୍ଯ୍ୟ ଉପରେ ଧ୍ୟାନ ଦେବାକୁ ଯନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ମୁଖ୍ୟଯନ୍ତ୍ରୀମାନେ ଏଥିପ୍ରତି ଯନିବାନ ହେବା ସହ ଆଗାମୀ ବୈଠକରେ ଏହାକୁ ସୁନିଶ୍ଚିତ କରାଇବେ । ଚଳିତ ଆର୍ଥିକ ବର୍ଷରେ ବିଜୁ ସେତୁ ଯୋଜନା ଅଧିନରେ ୩୬୦ ଗୋଟି ପ୍ରକଳ୍ପର ଟେଣ୍ଡର ପ୍ରକ୍ରିୟା ଓ ପ୍ରଶାସନିକ ଅନୁମୋଦନ ଜୁଲାଇ ମାସ ଶେଷ ସୁଦ୍ଧା ସାରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହିପରି ଆର.ଆଇ.ଡି.ଏଫ ସ୍କିମ ଅଧିନରେ ଚାଲୁଥିବା ପ୍ରକଳ୍ପଗୁଡିକର ସମୀକ୍ଷା କରାଯିବା ସହ ସମ୍ପୁର୍ଣ୍ଣ ହେଉଥିବା ପ୍ରକଳ୍ପଗୁଡିକର ପ୍ରକଳ୍ପ ସମାପ୍ତି ରିପୋର୍ଟ ପ୍ରଦାନ କରିବାକୁ ଡିଭିଜନାଲ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ରାସ୍ତା, ସେତୁ ଓ କୋଠାବାଡି ନିର୍ମାଣ କାମ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁଦାୟିତ୍ୱ । ପ୍ରକଳ୍ପ ସମ୍ପୁର୍ଣ୍ଣ ପାଇଁ ଡିଭିଜନମାନେ ବିଭାଗକୁ ଦେଉଥିବା ସମୟ ସୀମା ଉପରେ ଧ୍ୟାନ ଦେବା ଜରୁରୀ । ଯୋଗାଯୋଗ ପାଇଁ ଏଣିକି ବିଭାଗକୁ ପ୍ରେରିତ ସମସ୍ତ ଚିଠିପତ୍ର ଓଶ୍ୱାସ ମାଧ୍ୟମରେ ପଠାଇବାକୁ ସମସ୍ତ କ୍ଷେତ୍ରୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ଆସନ୍ତା ମାସରେ ସମସ୍ତ ସର୍କଲମାନଙ୍କରେ ଏ ବାବଦରେ ବିଧିବଦ୍ଧ ଆଲୋଚନା କରାଯିବ । ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ୟ ଉନ୍ନୟନ ବିଭାଗର ସମସ୍ତ ଯୋଜନା, ମୁଖ୍ୟମନ୍ତ୍ରୀ ଜନଶୁଣାଣି ଓ ଞ୍ଜଫଞ୍ଚଟ୍ଟ;ମୋ ସରକାରି୩୯; ସମ୍ପର୍କରେ ଆଲୋଚନା କରାଯାଇଥିଲା । ବିଗତ ବର୍ଷରେ ଆରମ୍ଭ କରାଯାଇଥିବା ପ୍ରକଳ୍ପଗୁଡିକ ଶୀଘ୍ର ସମ୍ପୁର୍ଣ୍ଣ କରିବା ସହ ଚଳିତ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ଯୋଜନା ଓ ପ୍ରକଳ୍ପଗୁଡିକୁ ତ୍ୱରାନ୍ୱିତ କରିବାକୁ ବୈଠକରେ ଗୁରୁତ୍ୱାରୋପ କରା ଯାଇଥିଲା । ରାଜ୍ୟର ସମସ୍ତ ୬୦ ଗୋଟି ଡିଭିଜନ ଏବଂ ୧୩ ଟି ଇଞ୍ଜିନିୟରିଂ ସର୍କଲ ସସ୍ଥାର ମୁଖ୍ୟଯନ୍ତ୍ରୀ ଏବଂ ସର୍ବୋଚ୍ଚ ଯନ୍ତ୍ରୀମାନେ ଆଭାସୀ ମାଧ୍ୟମରେ ଏହି ସମୀକ୍ଷା ବୈଠକରେ ଯୋଗଦେଇଥିଲେ । ପ୍ରତ୍ୟେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ପଚାରି ବୁଝିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁଦର୍ଶନ ପରିଡା, ଇ.ଆଇ.ସି ଶ୍ରୀ ଅକ୍ଷୟ କୁମାର ପ୍ରଧାନ, ଇ.ଆଇ.ସି ଶ୍ରୀ ପ୍ରଦୀପ ସାମଲଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀ ମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । Categories: ଓଡ଼ିଶା, ମହାନଗର, ହୋମ୍ Related Content ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ - ପୁରୀ by Proprietor Abhimanyu Maharana June 29, 2026 ଓଡିଶାର ସ୍ୱଚ୍ଛ ଶକ୍ତି ଓ ଇଣ୍ଡଷ୍ଟ୍ରିଆଲ ଡିକାର୍ବନାଇଜେଶନ ଯାତ୍ରା ପାଇଁ ରୋଡମ୍ୟାପ ପ୍ରସ୍ତୁତ - ସିଆଇଆଇ ଏନର୍ଜି କନ୍କ୍ଲେଭ by Proprietor Abhimanyu Maharana June 29, 2026 ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି by Proprietor Abhimanyu Maharana June 29, 2026 Lovely Professional University Successfully Conducts 2nd Edition of "Experience LPU – A Day of Lifetime Inspiration" in Pune, Maharashtra by Proprietor Abhimanyu Maharana June 29, 2026 ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ by Proprietor Abhimanyu Maharana June 29, 2026 "ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ" by Proprietor Abhimanyu Maharana June 29, 2026