Home ଓଡ଼ିଶା ଗଞ୍ଜାମ ଦିଗପହଣ୍ଡିରେ ଘଟିଛି ଭୟଙ୍କର ମର୍ମନ୍ତୁଦ ବସ୍ ଦୁର୍ଘଟଣା : ଦୁଇ ବସ୍ ମୁହାଁମୁହିଁ ୧୨ ମୃତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ଗଞ୍ଜାମ ଦିଗପହଣ୍ଡିରେ ଘଟିଛି ଭୟଙ୍କର ମର୍ମନ୍ତୁଦ ବସ୍ ଦୁର୍ଘଟଣା। ଏକ OSRTC ଓ ଏକ ଘରୋଇ କନ୍ୟା ଯାତ୍ରୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଛି ମୃତାହତ ପରିବାରକୁ ୨ ଲକ୍ଷ ଓ ୩ ଲକ୍ଷ ଘୋଷଣା କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ୨୬ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଗଞ୍ଜାମ :- ଗଞ୍ଜାମ ଦିଗପହଣ୍ଡିରେ ଘଟିଛି ଭୟଙ୍କର ମର୍ମନ୍ତୁଦ ବସ୍ ଦୁର୍ଘଟଣା। ଏକ OSRTC ଓ ଏକ ଘରୋଇ କନ୍ୟା ଯାତ୍ରୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୬ ପୁରୁଷ, ୪ ମହିଳା ଓ ୨ ଛୋଟ ପିଲା ଅଛନ୍ତି । ତେବେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପୂର୍ବତନ ସାଂସଦ ରେଣୁବାଳା ପ୍ରଧାନଙ୍କ ପରିବାରରୁ ୬ ଜଣଙ୍କ ମୃତ୍ୟୁ ହୋଇଛି । ଅନେକ ଗୁରୁତରଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ସମସ୍ତ ଗୁରୁତରଙ୍କ ମଧ୍ୟରୁ ଜଣେ କଟକର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଅନ୍ୟ ଗୁରୁତରମାନେ ବ୍ରହ୍ମପୁର MKCG ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସୂଚନାନୁଯାୟୀ, ଗତକାଲି ବ୍ରହ୍ମପୁରରୁ ଭୁବନେଶ୍ବର ଆସୁଥିବା ସମୟରେ ବିଳମ୍ବିତ ରାତିରେ ଖେମୁଣ୍ଡି କଲେଜ ନିକଟରେ ଦୁର୍ଘଟଣା ଘଟିଥିଲା। ବ୍ରହ୍ମପୁରରୁ ବାହାଘର ଉତ୍ସବରେ ଯୋଗ ଦେଇ କନ୍ୟା ଯାତ୍ରୀ ଏକ ଘରୋଇ ବସରେ ଖଣ୍ଡଦେଉଳି ଫେରୁଥିଲେ । ସେହି ସମୟରେ ରାୟଗଡ଼ା ଗୁଡାରୀରୁ ଏକ OSRTC ବସ ଭୁବନେଶ୍ବର ଆସୁଥିଲା । କୌଣସି କାରଣରୁ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଟିକିଟି ଏସଡିପିଓ ଓ ସଦର ଏସଡିପିଓ ଉପସ୍ଥିତ ଅଛନ୍ତି । ସେହିପରି ଅର୍ଥମନ୍ତ୍ରୀ ଓ ସ୍ଥାନୀୟ ବିଧାୟକ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିକ୍ରମ ପଣ୍ଡାଙ୍କୁ ଯାଇ ଘଟଣାସ୍ଥଳରେ ପହଞ୍ଚିବାକୁ ଓ ତୁରନ୍ତ ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ଗଭୀର ଶୋକ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହା ସହ ପ୍ରଧାନମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଓ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ସହାୟତା ମିଳିବ। ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ଓ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରତି ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଓ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତି ଆହତଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପାଇଁ ଏସ୍ଆରସି ଘୋଷଣା କରିଛନ୍ତି । ସେହିପରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ଶୋକ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମହାପ୍ରଭୁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଅସୀମ ସାହସ ଦିଅନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । Categories: ଓଡ଼ିଶା, ଗଞ୍ଜାମ, ହୋମ୍ Related Content ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ by Proprietor Abhimanyu Maharana September 24, 2026 ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା"ମୋ ପରିବାର" by Proprietor Abhimanyu Maharana September 24, 2026 ‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ by Proprietor Abhimanyu Maharana September 24, 2026 ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ by Proprietor Abhimanyu Maharana September 24, 2026 ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ by Proprietor Abhimanyu Maharana September 24, 2026 ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି by Proprietor Abhimanyu Maharana September 24, 2026