Home ଓଡ଼ିଶା ତିନି ଠାକୁରଙ୍କ ଅଧର ନୀତି by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ବାହୁଡା଼ ଯାତ୍ରା ପରେ ସିଂହଦ୍ୱାରଠାରେ ତିନି ରଥ ଉପରେ ସୁନାବେଶ ଓ ତତ୍ ପରଦିନ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହୋଇଥାଏ । ୩୦ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :- ରଥାରୂଢ଼ ଠାକୁରମାନଙ୍କ ଅଧର ଉଚ୍ଚ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟି ହାଣ୍ଡିରେ ହେଉଥିବା ପଣା ଭୋଗକୁ ଅଧର ପଣା କୁହାଯାଏ । ସ୍ୱତ୍ତ୍ୱଲିପି ଅନୁଯାୟୀ ବାହୁଡା଼ ଦଶମୀ ଦିନ ରଥ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଅଧର ପଣା ଭୋଗ ହେବା କଥା । କିନ୍ତୁ ସମୟ ଅଭାବରୁ ଏହା ଏକାଦଶୀ ଦିନ ଅନୁଷ୍ଠିତ ହୋଇଥାଏ । ପ୍ରକୃତ ପକ୍ଷେ ଏହା ଏକାଦଶୀ ଦିନ ମଧ୍ୟ ହୋଇ ନ ପାରି ଦ୍ୱାଦଶୀ ତିଥିରେ ଏହି ଅଧର ପଣା ଭୋଗ କରାଯାଉଛି । ଗବେଷକ ଡଃ ସୁରେନ୍ଦ୍ର କୁମାର ମିଶ୍ର ଓଡ଼ିଆ ମଠରୁ ପ୍ରାପ୍ତ ସନନ୍ଦକୁ ଆଧାର କରି ଉଲ୍ଲେଖ କରିଛନ୍ତି ଯେ, ପୂର୍ବେ ବାହୁଡା଼ ଦଶମୀ ଦିନ ତିନି ହାଣ୍ଡି, ଏକାଦଶୀରେ ତିନି ହାଣ୍ଡି ଓ ଦ୍ୱାଦଶୀ ଦିନ ତିନି ହାଣ୍ଡି ଏହିପରି ନଅ ହାଣ୍ଡି ଅଧର ପଣା ଓ ବଳଭଦ୍ରଙ୍କ ରଥରେ ରାମ , କୃଷ୍ଣଙ୍କ ଇଦ୍ଦେଶ୍ୟରେ ୨ ହାଣ୍ଡି (ସାନ) ଓ ଜଗନ୍ନାଥଙ୍କ ରଥରେ ମଦନମୋହନ ଠାକୁରଙ୍କ ନିମିତ୍ତ ୧ ହାଣ୍ଡି (ସାନ) କ୍ରମରେ ମୋଟ ୧୨ଟି ହାଣ୍ଡି ଅଧର ପଣା ଭୋଗ ହେଉଥିଲା ।[୨୯] ସମ୍ପ୍ରତି ତିନି ରଥ ପାଇଁ ଦ୍ୱାଦଶୀ ଦିନ ମୋଟ ୯ ହାଣ୍ଡି ଅଧର ପଣା ଭୋଗ ହେଉଅଛି । ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ରଥ ଉପରେ ଠାକୁରମାନଙ୍କ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅଧର ପଣା ପ୍ରସ୍ତୁତି ଓ ନୀତି ଆରମ୍ଭ ହୋଇଥାଏ। ମନ୍ଦିର ପ୍ରଶାସନ , ରାଘବ ଦାସ ଓ ବଡ଼ ଓଡ଼ିଆ ମଠ ପ୍ରଦତ୍ତ ଛାଚି, ସର, କଦଳୀ , ଛେନା, ଗୋଲମରିଚ ଗୁଣ୍ଡ, କର୍ପୂର, ଜାଇଫଳ ଇତ୍ୟାଦି ପଣା ଦ୍ରବ୍ୟ ସାମଗ୍ରୀ ପାଳିଆ ମହାସୁଆର ରଥ ଉପରେ ରଖିଥାନ୍ତି। ପ୍ରତ୍ୟେକ ଠାକୁରଙ୍କ ସମ୍ମୁଖରେ ରଥ ଉପରେ ଭୋଗ ହେଉଥିବା ସ୍ଥାନରେ ମହାପ୍ରଭୁମାନଙ୍କର ଶ୍ରୀଅଧର ଉଚ୍ଚ ଥିବା ତୁମ୍ବ ଆକୃତି ଭଳି ମାଟିର ତିନୋଟି ହାଣ୍ଡି ରଖାଯାଏ । କିନ୍ତୁ ପ୍ରତ୍ୟେକ ହାଣ୍ଡି ସମାନ ମାପର ହୋଇ ନଥାଏ। ପୂର୍ବରୁ ପାଣିଆ ଆପଟ ସେବକମାନେ ସିଂହଦ୍ୱାର ଛାଉଣୀ ମଠ ସମ୍ମୁଖସ୍ଥ କୂପରୁ ଗରାମାନଙ୍କରେ ଜଳ କାଢି ରଥ ଉପରକୁ ବୋହି ନେଇ ବଡ଼ ପିତଳ ହଣ୍ଡାମାନଙ୍କରେ ରଖିଥାନ୍ତି ।ଉଲ୍ଲେଖଯୋଗ୍ୟ ଯେ, ପୂର୍ବେ ଅଧର ପଣା ପାଇଁ ଆବଶ୍ୟକ ଜଳ ରାଧାବଲ୍ଲଭ ମଠ କୂପରେ ଆସୁଥିଲା । ପରବର୍ତ୍ତୀ ସମୟରେ ସିଂହଦ୍ୱାରା ସମ୍ମୁଖ କୂପରୁ ଏହି ଜଳ ଅଣାଯାଉଛି। ଜଳବୁହା ବେଳେ ମନ୍ଦିର ଚର୍ଚ୍ଚା ଓ ବରକନ୍ଦାଜ କର୍ମଚାରୀମାନେ ଆଗରେ ଗୁଆ ଖୋଳପା ଧରି ଲୋକଙ୍କୁ ଆଡେଇଥାନ୍ତି, ଯେପରିକି କେହି ଜଳକୁ ସ୍ପର୍ଶ କରିପାରିବେ ନାହିଁ । ଅଧରପଣା ଭୋଗ ପୂରରୁ ମହାସୁଆରମାନେ ଥାଇ ଭିତରଚ୍ଛ, ତଳୁଚ୍ଛ ଓ ସୁଭଦ୍ରାଙ୍କ ରଥରେ ପାଳିଆ ପୁଷ୍ପାଳକ ଅଧର ଆଗରେ ଖଣ୍ଡେ ନୂଆ ଗାମୁଛା ଟେରା ଧରିଥାନ୍ତି। ଅଧରପଣା ହାଣ୍ଡି ଉପରେ ଖଣ୍ଡେ ଲେଖାଏଁ ଧଳା କରିକା (ଜାଲିକନା) ପକାଯାଏ। ଜଳ ଛଣା ଉଦ୍ଦେଶ୍ୟରେ ଏହା ପକାଯାଏ ବୋଲି କଥିତ ରହିଛି । ମହାସୁଆରମାନେ ପ୍ରତି ରଥରେ ଅଧର ହାଣ୍ଡିରେ ପଣା ପ୍ରସ୍ତୁତ କରିଥାନ୍ତି । ଏହାପରେ ପତ୍ରିବଡ଼ୁ, ସୁଆରବଡ଼ୁ ଓ ଗରାବଡ଼ୁ ପାଳିଆ ସେବକ ତିନି ରଥରେ ପୂଜା ଠା’ କରନ୍ତି । ତତ୍ ପରେ ପାଳିଆ ପୂଜା ପଣ୍ଡା ପଞ୍ଚୋପଚାରରେ ପୂଜା କରିଥାନ୍ତି । Categories: ଓଡ଼ିଶା, ପୁରୀ, ହୋମ୍ Related Content ଟ୍ରେନ ଧକ୍କା ରେ ଗୋରୁ ଚରାଳି ସହିତ (୫) ଗୋରୁ ମୃତ by Proprietor Abhimanyu Maharana August 15, 2026 ମୋତିଆବିନ୍ଦୁ ଚି଼ହ୍ନଟ ଶିବିର ଓ ନିଶୁକ୍ଳ ଔଷଧ,ଚଷମା ବଣ୍ଟନ by Proprietor Abhimanyu Maharana August 15, 2026 ପଠାଣି ସାମନ୍ତ ବୃତ୍ତିରେ ଆଦର୍ଶ ଶିଶୁ ନିକେତନ ଛାତ୍ରର ସଫଳତା by Proprietor Abhimanyu Maharana August 15, 2026 Silk India’ exhibition begins at Hotel Prachi by Proprietor Abhimanyu Maharana August 14, 2026 ହୋଟେଲ ପ୍ରାଚୀରେ ‘ସିଲ୍କ ଇଣ୍ଡିଆ’ ପ୍ରଦର୍ଶନୀ ଆରମ୍ଭ by Proprietor Abhimanyu Maharana August 14, 2026 ବିରିଡି ବ୍ଲକ ରେ "ହର ଘର ତ୍ରିରଙ୍ଗା" ଶୋଭାଯାତ୍ରା by Proprietor Abhimanyu Maharana August 14, 2026