କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ନବୀକରଣ କାମ ସମୀକ୍ଷା କଲେ 5T ସଚିବ

ଡିସେମ୍ବର ସୁଦ୍ଧା Clinical Block ଓ ଆବାସିକ ବ୍ଲକର କାମ ଶେଷ ପାଇଁ ପରାମର୍ଶ

ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ ଓଡିଶା ନୁହେଁ ସାରା ଦେଶର ଏକ ମର୍ଯ୍ୟଦାଜନକ ଚିକିତ୍ସା ପ୍ରତିଷ୍ଠାନ । ଶିକ୍ଷା ଓ ଚିକିତ୍ସା କ୍ଷେତ୍ରରେ ଏହାର ଏକ ବିଶେଷ ସୁନାମ ରହିଛି । ଏହାକୁ ଏକ ବିଶ୍ୱସ୍ତରୀୟ ଚିକିତ୍ସା ଓ ଶିକ୍ଷା ଅନୁଷ୍ଠାନ ଭାବରେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ ।

ତଦନୁଯାୟୀ 5T ଉପକ୍ରମରେ ଏହାର ସଂପ୍ରସାରଣ କାର୍ଯ୍ୟ ଜୋରସୋରରେ ଚାଲିଛି । ଏହାକୁ ୫୦୦୦ ଶଯ୍ୟା ବିଶିଷ୍ଟ ଏକ ବିଶ୍ୱସ୍ତରୀୟ ଅନୁଷ୍ଠାନ ଭାବେ ଗଢିବା ପାଇଁ କାମ ଜାରି ରହିଛି ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସକାଳେ କଟକ ଯାଇ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ ।

ବର୍ତ୍ତମାନ L&T ଦ୍ୱାରା ଚାରି ଗୋଟି Clinical ବ୍ଲକ ଓ NCC ଦ୍ୱାରା ୧୩ ଟି ଆବାସିକ ବ୍ଲକର ନିର୍ମାଣ କାର୍ଯ୍ୟ ଜାରି ରହିଛି । ଏହି ବ୍ଲକ ଗୁଡିକର କାମ ଡିସେମ୍ବର ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ । ଏହି ସମୀକ୍ଷା ସମୟରେ ପୂର୍ତ୍ତ ବିଭାଗର ସଚିବ ଶ୍ରୀ ଭି.ଭି.କେ. ଯାଦବ ଓ ଜିଲ୍ଲାପାଳ ଶ୍ରୀ ଭବାନୀ ପ୍ରସାଦ ଚଇନି ପ୍ରମୁଖ ଉପସ୍ଥିତି ଥିଲେ ।

 

Exit mobile version