IAS ସ୍ତରରେ ଛୋଟ ଅଦଳବଦଳ : ଯାମିନୀ ଷଡ଼ଙ୍ଗୀ ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦେଶକ

ଆଇଏଏସ ସ୍ତରରେ ଛୋଟ ଅଦଳବଦଳ ହୋଇଛି I

୪ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ଵର :-  ରାଜ୍ୟ IAS ସ୍ତରରେ ଛୋଟ ଧରଣର ଅଦଳବଦଳ  ୟାମିନୀ ଷଡଙ୍ଗୀ(2008)ଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି I ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ବଦଳି ହୋଇଛି I

ଧର୍ମଗଡର ଉପଜିଲ୍ଲାପାଳ ଥିବା ବେଦଭୂଷଣଙ୍କୁ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ ନିଯୁକ୍ତି ମିଳିଛି I ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଥିବା ବରିଷ୍ଠ ଓଏଏସ୍‍ ଅଫିସର ନୃସିଂହ ଚନ୍ଦ୍ର ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଲଛି I ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି I

Exit mobile version