ରାଧାମୋହନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ !

୭ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) କଟକ ସଦର :- ୪୨ ମୌଜା ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ରାଧାମୋହନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୪ ତମ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ପରିଚାଳନା କମିଟି ଅଧ୍ୟକ୍ଷ ଜନାର୍ଦ୍ଦନ ମୁଦୁଲିଙ୍କ ଅଧ୍ୟକ୍ଷତରେ ମୁଖ୍ୟ ଅତିଥି ଭାବରେ ପ୍ରକୃତିବନ୍ଧୁ ନବକିଶୋର ପଣ୍ଡା ଓ ସମ୍ମାନୀତ ଅତିଥି ଭାବରେ ପରିବେଶବିତ୍ ବସନ୍ତ କୁମାର ପଣ୍ଡା ଯୋଗଦାନ କରିଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବନ ମହୋତ୍ସବ ସମ୍ବନ୍ଧୀୟ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ଶିକ୍ଷକ ବିଜୟ କୁମାର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ରାଉତ, କମଳିନୀ ଦେଇଙ୍କ ସହଯୋଗରେ ଛାତ୍ରଛାତ୍ରୀ, ପରିଚାଳନା କମିଟିର ସଭ୍ୟ ସଭ୍ୟା, ଗ୍ରାମବାସୀ ଓ ସ୍ଵୟଂ ସହାୟିକା ଗୋଷ୍ଠୀର ସଦସ୍ୟମାନେ ଅତିଥିମାନଙ୍କ ସହ ମିଶି ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରିଥିଲେ।

Exit mobile version