ସମ୍ବର୍ଦ୍ଧିତ ହେଲେ +୨ କଳା ରେ କୃତକାର୍ଯ୍ୟ ଛାତ୍ରଛାତ୍ରୀ

୭ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି :- ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ କାଲିମେଳା ପଞ୍ଚାୟତ ଅନ୍ତର୍ଗତ ଗୋପବନ୍ଧୁ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆଜି +୨ କଳା ବାର୍ଷିକ ପରୀକ୍ଷାରେ ବିଦ୍ୟାଳୟରେ ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଗଲା ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କାଲିମେଳା ପଞ୍ଚାୟତ ସମିତି ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବସନ୍ତ କୁମାର ବେହେରା ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପସ୍ଥିତିରେ ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଦେଇ ସମ୍ବର୍ଦ୍ଧନା କରାଗଲା ।

+୨ କଳା ପରୀକ୍ଷାରେ ବିଦ୍ୟାଳୟର ଛାତ୍ରୀ ସସ୍ମିତା ପଡ଼ିଆମି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏ‌ହା ସହିତ ଜିଲ୍ଲାରେ ଦ୍ଵିତୀୟ ସ୍ଥାନ ମଧ୍ୟ ଅଧିକାର କରିଛନ୍ତି । ବିଦ୍ୟାଳୟରେ ଦ୍ଵିତୀୟ ସ୍ଥାନ ରାଜଦିପ୍ ମଣ୍ଡଲ ଏବଂ ତୃତୀୟ ସ୍ଥାନ ସେଫାଳି ସରକାର ଅଧିକାର କରିଛନ୍ତି ।‌

Exit mobile version