Home ଓଡ଼ିଶା ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୧୮ଜୁଲାଇ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ ମହାନ୍ତି ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ଫାଲଗୁନି ମାଝୀ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଲକ୍ଷ୍ମୀପୁର ସମେତ କଇଁପୁର, ଜିରାଙ୍ଗ ଓ ତଳମୁଣ୍ଡା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୨୦୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୪୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୫୭ ଓ ୬୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦଶ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା, ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚ୍ୟାୟତ ୧୦୮ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରାଯାଇଥିଲା। ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣ ବାସୀ ନାୟକ, ଉପା ଅଧକ୍ଷ ଶ୍ରୀ ଜ୍ୟୋତି ପାଣି ସ୍ଥାନୀୟ ସରପଞ୍ଚ , ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର କୁମାର ସିଂ ତହସିଲଦାର ଶ୍ରୀମତୀ ଲୀଳାବତୀ ଆଚାର୍ଯ୍ୟ,ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ by Proprietor Abhimanyu Maharana October 11, 2026 ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ by Proprietor Abhimanyu Maharana October 11, 2026 ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana October 11, 2026 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ by Proprietor Abhimanyu Maharana October 11, 2026 ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ by Proprietor Abhimanyu Maharana October 11, 2026 ପୁରୀ ପୋଲିସ ଓ ଆରଟିଓ ପକ୍ଷରୁ ମିଳିତ ଟ୍ରାଫିକ୍ ସଚେତନତା ଓ ଯାଞ୍ଚ ଅଭିଯାନ by Proprietor Abhimanyu Maharana October 11, 2026