ପାରଳାଖେମୁଣ୍ଡି ଠାରେ ୭୭ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

୨୮ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୭ତମ ସ୍ଵାଧୀନତା ଦିବସ ଗଜପତି ଷ୍ଟାଡିୟମ୍ ଠାରେ ମହା ସମାରୋହରେ ପାଳିତ ହେବ। ଚଳିତ ବର୍ଷର ସ୍ଵାଧୀନତା ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବା ନେଇ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପ-ଜିଲ୍ଲାପଳ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ଆଲୋକ କୁମାର ପ୍ରଧାନ ମଞ୍ଚାସିନ ଥିଲେ । ଚଳିତ ସ୍ଵାଧୀନତା ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ ,ଏଥିରେ ସମସ୍ତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିପାରିବେ। ସମସ୍ତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିବେ । ଏଥି ସକାଶେ ଚଳିତ ମାସ ଅଗଷ୍ଟ ୧୧,୧୨, ଓ ୧୩ ତାରିଖ ଦିନ ପ୍ୟାରେଡ଼ ଅଭ୍ୟାସ ଗଜପତି ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବ।

ଜାତୀୟ ଉତ୍ସବ ପାଳନ ଦିନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ସକାଳ ୪.୩୦ ଘଟିକା ସମୟରେ ପାରଳାଖେମୁଣ୍ଡି ସହରରେ ରାମଧୂନ ପରିବେଷଣ କରାଯିବ। ସକଳ ୯ ଘଟିକା ୧୫ ମିନଟ ସମୟରେ ଗଜପତି ଷ୍ଟାଡିୟମ୍ ଠାରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରି ସମବେତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବେ ଏବଂ ଅଭିଭାଷଣ ପ୍ରଦାନ କରିବେ। ପ୍ୟାରେଡ୍ ପ୍ରତିଯୋଗିତାର ଶ୍ରେଷ୍ଠ ବିବେଚିତ ଦଳଙ୍କୁ ସିଲ୍ଡ ଏବଂ ଅନ୍ୟାନ୍ୟ କୃତୀତ୍ବ ହାସଲକାରୀ ଦଳଙ୍କୁ ମେମୋରିଆଲ୍ ସିଲ୍ଡ ପ୍ରଦାନ କରାଯିବ । ସମସ୍ତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଉତ୍ସବରେ ପୁରସ୍କୃତ କରାଯିବ । ସମସ୍ତ ସରକାରୀ, ବେସରକାରୀ ଓ ଶିକ୍ଷା ଅନୁଷ୍ଠାନ ଗୁଡ଼ିକରେ ଉକ୍ତ ଦିନ ସକାଳ ଘ.୭.୩୦ ମିନିଟ ସମୟରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଉକ୍ତ ବୈଠକରେ ଡେପୁଟି ଆରକ୍ଷୀ ଅଧିକ୍ଷକ ଶ୍ରୀ ଏଲ.ଏସ.ଆଚାରୀ, ଆର୍.ଆଇ. ଅଫ୍ ପୋଲିସ୍ ଶ୍ରୀ ସତ୍ୟକାନ୍ତ ଜେନା, ପୂର୍ତ୍ତ ବିଭାଗ ଅଧିକାରୀ ଶ୍ରୀ ବେଣୁଧର ସାହୁ,ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ, ଜିଲ୍ଲା ପରିବହନ ଅଧିକାରୀ,ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀଙ୍କ ସମେତ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ,ସମସ୍ତ ବିଦ୍ୟାଳୟ ଓ ମହା ବିଦ୍ୟାଳୟର ଶିକ୍ଷ ଶିକ୍ଷୟତ୍ରୀ, ସମସ୍ତ ଗଣ ମାଧ୍ୟମର ପ୍ରତିନିଧିଗଣ, ବ୍ୟାଙ୍କ ଶାଖା ପରିଚାଳକ,ସ୍ବେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତା ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

Exit mobile version