Home ଓଡ଼ିଶା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୮ ଅଗଷ୍ଟ ୨୦୨୩ ( ଓଡ଼ିଶା ତାଜାନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ଗିରି ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ସ୍ଵାଧୀନତା ଦିବସ ପାଳନ ନିମନ୍ତେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତାରେ ପ୍ରବନ୍ଧ, ବକୃତା, କୁଇଜ୍, ଦେଶାତ୍ମକବୋଦକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୟ ୭୭ତମ ସ୍ଵାଧୀନତା ଦିବସ ଦିନ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ। ଆଜିର ବିଭିନ୍ନ ପ୍ରତିଯୋଗୀତାର ବିଚାରକ ମଣ୍ଡଳୀ ଭାବରେ ଶ୍ରୀ ରଘୁନାଥ ପାତ୍ର ଓଡ଼ିଶା ସଙ୍ଗୀତ ଏକାଡେମୀ ସଦସ୍ୟା , ଶ୍ରୀ ବିଚିତ୍ରାନନ୍ଧ ବେବର୍ତ୍ତା, ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟା , ଶ୍ରୀ ବୋହିତ୍ ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋସାଣୀ, ଶ୍ରୀ ରମାକାନ୍ତ ବାରାଡୋ, ଶ୍ରୀ କିଶୋର ଚନ୍ଦ୍ର ଦାଶ, ଶ୍ରୀ ଅମେଶ ଲିମ୍ମା, ଶ୍ରୀ ଜଗଦୀଶ କୁମାର ପାତ୍ର, ରମାକାନ୍ତ ପାଣିଗ୍ରାହୀ, ଶ୍ରୀ ଶ୍ୟାମ ସୁନ୍ଧର ଗନ୍ତାୟତ ଓ ଶ୍ରୀ ପ୍ରମୋଦ ଚନ୍ଦ୍ର ପାଢ଼ୀ ପ୍ରମୁଖ ବିଚାରକ ମଣ୍ଡଳୀ ବାଭରେ ଉପସ୍ଥିତ ଥିଲେ। ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ପିଇଟି ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ. Categories: ଓଡ଼ିଶା, ଗଜପତି, ହୋମ୍ Related Content ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ by Proprietor Abhimanyu Maharana October 9, 2026 ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି by Proprietor Abhimanyu Maharana October 9, 2026 ରୋଜଗାର ନାହିଁ ଲୋକେ ଦାଦନ ମୁହାଁ.... by Proprietor Abhimanyu Maharana October 9, 2026 ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର by Proprietor Abhimanyu Maharana October 9, 2026 ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ by Proprietor Abhimanyu Maharana October 9, 2026 SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ by Proprietor Abhimanyu Maharana October 9, 2026