ରାମେଶ୍ବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ,ଖାଲମଡା ରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

୯ ଅଗଷ୍ଟ ୨୦୨୩ ( ଓଡ଼ିଶା ତାଜାନ୍ୟୁଜ୍ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ରାମେଶ୍ବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , ଖାଲମଡା ରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅମୀୟ କୁମାର ରଥ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ଗ୍ରାମପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା,

ସମ୍ମାନୀତ ଅତିଥି ଭାବେ ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ ଯୋଗଦେଇ ୧୭୯ ଜଣ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବଣ୍ଟନ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ସ୍ବାଇଁ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ,ସଭ୍ୟା ପୋଷାକ ବଣ୍ଟନ ସମୟରେ ଉପସ୍ଥିତ ଥିଲେ।

Exit mobile version