
୧୬ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧିନତା ଦିବସ ମହୋତ୍ସବ ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ମହାସମାରୋହରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମ ଧୂନ ପରିବେଷଣ, ସକାଳ ୭ ଟା ରେ ଉପଖଣ୍ଡ ର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା l

