Home ଓଡ଼ିଶା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ହିନ୍ଦୀ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ୧୦ ଦିନିଆ ପ୍ରଶିକ୍ଷଣ ଶିବିର ଉଦଘାଟିତ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୧୮ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ- ଆଗ୍ରାର ଭୁବନେଶ୍ୱର କେନ୍ଦ୍ର , ଓଡିଶା ଶାଖା ତରଫରୁ ଜିଲ୍ଲା ସ୍ତରୀୟ ହିନ୍ଦୀ ଶିକ୍ଷକ ମାନଙ୍କ ୧୦ ଦିନିଆ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ଶିବିର ୧୪/୮/୨୦୨୩ ଠାରୁ ୨୫/୮/୨୦୨୩ ପର୍ଯ୍ୟନ୍ତ ୧୦ ଦିନଧରି ଜିଲ୍ଲା ଶିକ୍ଷଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଗଜପତି ଜିଲ୍ଲା ହିନ୍ଦୀ ଶିକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଚାଲିବ । ଆଜିର ଏହି ଉଦଘାଟନୀ ଉତ୍ସବ କାର୍ଯ୍ୟକ୍ରମରେ ଭୁବନେଶ୍ୱର ସ୍ଥିତ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନର ନିର୍ଦେଶକ ଡଃ ରଞ୍ଜନ କୁମାର ଦାସ , ଡଃ ଚନ୍ଦ୍ର ପ୍ରତାପ ସିଂ ସମ୍ବଳ ସାଧନ ଅଧିକାରୀ ଓ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଆମ୍ପୋଲୁ ରବି କୁମାର ଏବଂ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଶିବିର କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୭୦ ଜଣ ପ୍ରଶିକ୍ଷାର୍ଥୀ ଅଂଶ ଗ୍ରହଣ କରିଛନ୍ତି ଓ ପ୍ରଶିକ୍ଷାର୍ଥୀ ମାନଙ୍କ ମଧ୍ୟରୁ ଶ୍ରୀ ଶରତ ଚନ୍ଦ୍ର ପାଢ଼ୀ , ଶ୍ରୀ ସରୋଜ କୁମାର ଭୂୟାଁ , ଚନ୍ଦ୍ରକାନ୍ତି ନାୟକ ପ୍ରମୁଖ କାର୍ଯ୍ୟକ୍ରମ ସଂଯୋଜନା ଓ ପରିଚାଳନା କରୁଛନ୍ତି । ଏଭଳି ଏକ ପ୍ରଶିକ୍ଷଣ ଶିବିର ଗଜପତି ଜିଲ୍ଲାରେ ଅନୁଷ୍ଠିତ ହେଉଥିବା ଯୋଗୁଁ ଗଜପତି ଜିଲ୍ଲା ହିନ୍ଦୀ ଶିକ୍ଷକ ସଂଘ ଡଃ ରଞ୍ଜନ କୁମାରଦାସ,ନିର୍ଦ୍ଧେଶକ, କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ଓ ଗଜପତି ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକ ଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା Categories: ଓଡ଼ିଶା, ଗଜପତି, ହୋମ୍ Related Content ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ by Proprietor Abhimanyu Maharana October 9, 2026 ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି by Proprietor Abhimanyu Maharana October 9, 2026 ରୋଜଗାର ନାହିଁ ଲୋକେ ଦାଦନ ମୁହାଁ.... by Proprietor Abhimanyu Maharana October 9, 2026 ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର by Proprietor Abhimanyu Maharana October 9, 2026 ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ by Proprietor Abhimanyu Maharana October 9, 2026 SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ by Proprietor Abhimanyu Maharana October 9, 2026