ବନ୍ଧାଭୂଇଁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶୁଭ ଉଦଘାଟନ କଲେ ଦଶପଲ୍ଲା ବିଧାୟକ

୧୮ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବେରୁଆଁବାରି ପଞ୍ଚାୟତ ବନ୍ଧାଭୂଇଁ ଗ୍ରାମରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶୁଭ ଉଦ୍ଘାଟନ ଉତ୍ସବ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ଯୁବ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ବନ୍ଧାଭୂଇଁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କୁ ଉଦ୍ଘାଟନ କରିଥିଲେ ।

ତତ୍ ସହିତ ଶିକ୍ଷାର ଉନ୍ନତି ପାଇଁ ଛାତ୍ର ଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଟା ଓ ବିଭିନ୍ନ ଯୋଜନା ସମ୍ପର୍କରେ କହିଥିଲେ। ୧୯୮୧ ମସିହାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଦୀର୍ଘ ୪୨ ବର୍ଷ ଧରି ବିଦ୍ୟାଳୟଟି ପ୍ରାଥମିକ ବିଦ୍ୟାଳୟ ଭାବରେ ଚାଲିଥିଲା । ଆଜି ଅନୁଷ୍ଠାନିକ ଭାବରେ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରୂପାନ୍ତର ହୋଇଯାଇଛି । ଯାହାକି ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି ।

ଏନେଇ ଏକ କୃତଜ୍ଞତା ସଭା ଅନୁଷ୍ଠିତ ହୋଇଥିଲା।କୃତଜ୍ଞତା ସଭାରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ନୂଆଗାଁ ବିଡିଓ ସଚିଦାନନ୍ଦ ମିଶ୍ର , ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ , ସ୍ଥାନୀୟ ସରପଞ୍ଚ ସୁଶାନ୍ତ କୁମାର ସାହୁ , ସମିତିସଭ୍ୟ ,ଏବିଓ ଜ୍ୟୋତ୍ସ୍ନା ରାଣୀ ସେଠୀ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ, ଉପସ୍ଥିତ ଥିଲେ ।ବନ୍ଧଭୁଇଁ ବିଦ୍ୟାଳୟ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ପରିଣତ ହୋଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଦଶପଲ୍ଲା ଯୁବ ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କୁ ଅଞ୍ଚଳବାସୀ କୃତଜ୍ଞତା ଜଣାଇଛନ୍ତି।

Exit mobile version