Home ଓଡ଼ିଶା ବାଟାଗୁଡ଼ା ସେବାଶ୍ରମ ହଷ୍ଟେଲରେ ଚିକିତ୍ସାରେ ଅବହେଳା : ଯୋଗୁଁ ଛାତ୍ରର ମୃତ୍ୟୁ : ଉଚ୍ଚ କର୍ତ୍ତୃପକ୍ଷଙ୍କ ତଦନ୍ତ ପାଇଁ ଦାବୀ by Proprietor Abhimanyu Maharana 3 years ago Share on FacebookShare on TwitterWhatsapp ୨୬ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡା ଠାରେ ଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ସେବାଶ୍ରମ ହଷ୍ଟେଲ ରେ ରହୁଥିବା ୬ଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକ ର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଶନିବାର ମଧ୍ୟାହ୍ନରେ ପିଲାଟି ହଠାତ ଅଚେତ ହୋଇ ଯାଇଥିଲା, ନିକଟରେ ଥିବା ଅନ୍ୟ ଛାତ୍ର ମାନେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ସଙ୍ଗେ ସଙ୍ଗେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ । ଚିକିତ୍ସାଳୟ ରେ ପହଞ୍ଚିବା ପୂର୍ବରୁ ଛାତ୍ରର ମୃତ୍ୟୁ ହୋଇଥିବା ବିଷୟ ଡାକ୍ତର ପ୍ରକାଶ କରିଥିଲେ । ମୃତ ଛାତ୍ର ଜଣକର ଘର କୋଟଗଡ ବ୍ଲକ ଓରା କଲୋନୀ ସାହିର ଶ୍ରୀ ନାୟକ ଙ୍କ ତିନି ଝିଅ ରେ ଏକ ମାତ୍ର ପୁଅ ହୋଇ ଥିବାରୁ ସମଗ୍ର ପରିବାର ଦୁଃଖ ରେ ଭାଙ୍ଗି ପଡିଛନ୍ତି । ଏପରି ପୂର୍ବରୁ ମଧ୍ୟ ବିଭିନ୍ନ ସେବଶ୍ରମ ଗୁଡିକ ରେ ଛାତ୍ର ଛାତ୍ରୀ ମୃତ୍ୟୁ ଘଟିବା, ଖାଦ୍ୟପେୟରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ଯୋଗୁଁ ଛାତ୍ର ଛାତ୍ରୀ ଆଶ୍ରମ ଛାଡି ପଳାଇବା ଭଳି ବିଭିନ୍ନ ଅରାଜକତା ଘଟଣା ଲୋକ ଲୋଚନ କୁ ଆସିବା ପରେ ଅଭିଭାବକ ମାନେ ଆଶ୍ରମ ବିଦ୍ୟାଳୟ ରେ ନିଜ ପିଲା ମାନଙ୍କୁ ପାଠ ପଢିବା ପାଇଁ ଛାଡିବା ଉଚିତ ମନେ କରୁନାହାନ୍ତି l ଏଣୁ ଅଞ୍ଚଳ ବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଙ୍କ ତଦନ୍ତ ଦାବୀ କରିଛନ୍ତି l ଖବର ପାଇ ବାଲିଗୁଡା ବ୍ଲକ ମଙ୍ଗଳ ଅଧିକାରୀ ଦିବେଦ ମଲ୍ଲିକ ବିଦ୍ୟାଳୟରେ ପହଞ୍ଚି ପରିସ୍ଥିତି ସମ୍ପର୍କରେ ତଦାରଖ କରୁଛନ୍ତି l ଏ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପଦ୍ମିନୀ ପ୍ରଧାନ ଙ୍କୁ ପଚାରିବାରୁ ସେ କିଛି ନ କହି ଘଟଣା ସ୍ଥଳରୁ ଚାଲି ଯାଇଥିଲେ l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ by Proprietor Abhimanyu Maharana October 4, 2026 କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା by Proprietor Abhimanyu Maharana October 4, 2026 Kandhamal Gram Sabhas Strengthen Community Commitment to End Child Marriage by Proprietor Abhimanyu Maharana October 4, 2026 ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ଗାନ୍ଧୀ ଜୟନ୍ତୀ ରେ ବରିଷ୍ଠ ନାଗରିକ ସଙ୍ଘ ର ରାସ୍ତା ସଫେଇ ଅଭିଯାନ by Proprietor Abhimanyu Maharana October 4, 2026