
୨୬ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟlଳୟ ମଧ୍ୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ଅର୍ଥ ବିଭାଗର ଅତିରିକ୍ତ ସଚିବ ତଥା ଆଲୁମିନି କମିଟି ର ସଭ୍ୟ କୃଷ୍ଣ ଚନ୍ଦ୍ର ସତପଥି, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ କୁମାର ନାୟକ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ପ୍ରଦର୍ଶୀତ ବିଜ୍ଞାନ ପ୍ରକଳ୍ପ ଗୁଡ଼ିକ ଦେଖିବା ସହ ଆଜିର ସଭ୍ୟତାରେ ବିଜ୍ଞାନ ର ଭୂମିକା ସମ୍ପର୍କରେ ଛାତ୍ର ଛାତ୍ରୀ ମାନଙ୍କୁ କହିଥିଲେ l ବିଜ୍ଞାନ ମେଳା ରେ ୬୦ ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

