ବାଣପୁର ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି : ବଜ୍ରାଘାତ ରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ

ଉକ୍ତ ସମୟରେ ଅରାଙ୍ଗ ଗ୍ରାମ ବିଲରେ ରଞ୍ଜତ ତାଙ୍କ ୩ ସାଙ୍ଗଙ୍କ ସହ ଥିବା ବେଳେ ସମସ୍ତେ ବଜ୍ରାଘାତ ର ଶିକାର ହୋଇଥିଲେ ।

ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବାଣପୁର :-> ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ପୃଥକ ପୃଥକ ସ୍ଥାନରେ ବଜ୍ରାଘାତ ରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଦ୍ବୟ ହେଲେ ନୀଳାଦ୍ରି ପ୍ରସାଦ ପଞ୍ଚାୟତ ଅରାଙ୍ଗ ଗ୍ରାମ ଭୋଇ ସାହିର ଗୋଲଖ ରଣସିଂହ ଙ୍କ ପୁଅ ରଞ୍ଜତ ରଣସିଂହ(22) ଏବଂ ଦାମିଆ ବରବରା ପଞ୍ଚାୟତ କଦମଝୋଲା ଗ୍ରାମର ଭିକାରି ଶବର ଙ୍କ ପୁତ୍ର ଅମର ଶବର(12) ।

ଖବର ମୁତାବକ ଆଜି ଅପରାହ୍ନରେ ବାଣପୁର ଅଞ୍ଚଳରେ ବଜ୍ରାଘାତ ହୋଇଥିଲା । ଉକ୍ତ ସମୟରେ ଅରାଙ୍ଗ ଗ୍ରାମ ବିଲରେ ରଞ୍ଜତ ତାଙ୍କ ୩ ସାଙ୍ଗଙ୍କ ସହ ଥିବା ବେଳେ ସମସ୍ତେ ବଜ୍ରାଘାତ ର ଶିକାର ହୋଇଥିଲେ। ଫଳରେ ରଞ୍ଜତଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନୁରୂପ ଭାବେ କଦମଝୋଲା ଗ୍ରାମର ଅମର ମଧ୍ୟ ସେହି ସମୟରେ ବର୍ଷା ନିମନ୍ତେ ସଡ଼କ କଡରେ ଛିଡା ହୋଇଥିବା ବେଳେ ସେ ମଧ୍ୟ ବଜ୍ରାଘାତ ର ଶିକାର ହୋଇଥିଲେ ।

ପରିବାରବର୍ଗ ତାଙ୍କୁ ଗୁରୁତର ଭାବେ ବାଣପୁର ମେଡିକାଲ କୁ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ବଜ୍ରାଘାତ ଯୋଗୁଁ ଦୁଇ ଦୁଇ ଟି ଅମୁଲ୍ୟ ଜୀବନ ଚାଲିଯାଇଥିବା ବେଳେ ମେଡିକାଲ ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଓ ବାଣପୁର ପୋଲିସ ମେଡିକାଲ ପରିସରରେ ଉପସ୍ଥିତ ଅଛନ୍ତି। ତେବେ ରଞ୍ଜତଙ୍କ ଦୁଇ ସାଙ୍ଗ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ସଞ୍ଜୟ ନାୟକ(32) ଏବଂ ପ୍ରଶାନ୍ତ ନାୟକ(29 ).

Exit mobile version